ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୪୨୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୪୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ୧୫ ହଜାର ୨୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୦ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୫୩ ହଜାର ୭୭୬ ରହିଛି। ୨୫୦ ଦିନ ପରେ ଏହା ସର୍ବନିମ୍ନ ଅଛି। ସାପ୍ତାହିକ ପଜିଟିଭ୍‌ ହାର ୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୩ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୬ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୮ ହଜାର ୮୮୦ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୦୬ କୋଟି ୮୫ ଲକ୍ଷ ୭୧ ହଜାର ୮୭୯ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୬୦ କୋଟି ୮୩ ଲକ୍ଷ ୧୯ ହଜାର ୯୧୫ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟାରେ ୧୧ ଲକ୍ଷ ୩୫ ହଜାର ୧୪୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୬ ଲକ୍ଷ ୮୩ ହଜାର ୫୮୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୯୬ ହଜାର ୨୩୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୭,୧୬୭ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ ହୋଇଛନ୍ତି। ସେହିପରି ୧୬୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri