ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୯।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆରମ୍ଭ ହୋଇଥିବା କୁହାଯାଉଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଏବଂ ମହାରାଷ୍ଟ୍ରର ନାଗପୁରରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ ସରକାରଙ୍କ ଚିନ୍ତା ବଢୁିଛି।

ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୩ ହଜାର ୨୬୩ ରେ ପହଞ୍ଚିଛି। ତେବେ ମୃତ୍ୟୁ ସଂଖ୍ୟା ୩ ଶହ ଟପିଛିି। ଏହି ସମୟ ମଧ୍ୟରେ କରୋନାରେ ୩୩୮ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୦ ହଜାର ୫୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୮ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୯୩ ହଜାର ୬୧୪ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୧୮ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୧ ହଜାର ୭୪୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୭୧ କୋଟି ୬୫ ଲକ୍ଷ ୯୭ ହଜାର ୪୨୮ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୮୬ ଲକ୍ଷ ୫୧ ହଜାର ୭୦୧ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୩ କୋଟି ୬୮ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୮ ଲକ୍ଷ ୧୭ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୩ ଲକ୍ଷ ୪ ହଜାର ୬୧୮ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।

ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୧ ଲକ୍ଷ ୩୯ ହଜାର ୯୮୧ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦ ହଜାର ୧୯୬ ଜଣ ନୂଆ ଆକ୍ରାନ୍ତଙ୍କୁଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୧୮୧ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ

ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ…

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?