ଦିନେ ଟ୍ରମ୍ପଙ୍କୁ ଘୃଣା କରୁଥିବା ଭାନ୍ସଙ୍କୁ ରନିଂ ମେଟ କହିଲେ ପୂର୍ବତନ ରାଷ୍ଟ୍ରପତି

ଓ୍ବାଶିଂଟନ,୧୬।୭: ଚଳିତ ବର୍ଷ ନଭେମ୍ବରରେ ଆମେରିକାରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ଓହିଓ ସିନେଟର ଜେଡି ଭାନ୍ସ ମଧ୍ୟ ତାଙ୍କ ଭାଗ୍ୟ ପରୀକ୍ଷା କରିବେ। ରିପବ୍ଲିକାନ ନେତା ତଥା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେଡି ଭାନ୍ସଙ୍କୁ ତାଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ଚୟନ କରିଛନ୍ତି। ୩୯ବର୍ଷୀୟ ଭାନ୍ସ ଭାରତୀୟ ମୂଳବାସିନ୍ଦା ଉଷା ଚିଲୁକୁରି ଭାନ୍ସଙ୍କୁ ବିବାହ କରିଛନ୍ତି। ଉଷା ଆନ୍ଧ୍ରପ୍ରଦେଶର ମୂଳ ବାସିନ୍ଦା।
ସୋମବାର ଟ୍ରମ୍ପ ତାଙ୍କ ଟ୍ରୁଥ ସୋସିଆଲ ନେଟୱାର୍କରେ ଲେଖିଛନ୍ତି, ‘ଦୀର୍ଘ ଦିନର ବିଚାର ବିମର୍ଷ ଏବଂ ମନ୍ଥନ ପରେ ମୁଁ ନିଷ୍ପତ୍ତି ନେଇଛି ଯେ ଆମେରିକାର ଉପରାଷ୍ଟ୍ରପତି ପଦ ଗ୍ରହଣ କରିବାକୁ ସବୁଠାରୁ ଉପଯୁକ୍ତ ବ୍ୟକ୍ତି ହେଉଛନ୍ତି ଓହିଓର ସିନେଟର ଜେଡି ଭାନ୍ସ।’ ସେ କହିଛନ୍ତି ଯେ ଅନ୍ୟମାନଙ୍କ ଅତୁଳନୀୟ ତାଙ୍କଠାରେ ପ୍ରତିଭା ଦେଖିବା ପରେ ଜେଡି ଭାନ୍ସଙ୍କ ନାମ ନିଶ୍ଚିତ ହୋଇଛି।
ସୂଚନାଯୋଗ୍ୟ, ପ୍ରାୟ ୮ବର୍ଷ ପୂର୍ବେ, ଯେତେବେଳେ ୨୦୧୬ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଥିଲା, ଜେଡି ଭାନ୍ସ ଡୋନାଲ୍ଡ ଟ୍ରମ୍ପଙ୍କୁ କଡ଼ା ସମାଲୋଚନା କରିଥିଲେ। ସେ ସର୍ବସାଧାରଣରେ ରିପବ୍ଲିକାନ ନେତାଙ୍କୁ ମୂର୍ଖ ବୋଲି କହିଥିଲେ। ଏହି ସମୟରେ ତାଙ୍କୁ ଆଡଲଫ ହିଟଲରଙ୍କ ସହ ତୁଳନା କରାଯାଇଥିଲା। କିନ୍ତୁ ଆଜି ସମୟର ପରିବର୍ତ୍ତନ ହୋଇଛି, ଯେଉଁ ବ୍ୟକ୍ତି ଡୋନାଲ୍ଡ ଟ୍ରମ୍ପଙ୍କ ବିଷୟରେ ଖରାପ କଥା କହିବାରେ ପଛ ଘୁଞ୍ଚା ଦେଉ ନ ଥିଲେ, ସେ ଆଜି ତାଙ୍କର ରନିଂ ମେଟ ଅର୍ଥାତ୍‌ ଉପରାଷ୍ଟ୍ରପତି ପଦ ପାଇଁ ଦୌଡ଼ରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri