Posted inଜାତୀୟ

ଦିନେ ନା ଦିନେ ସତ ସାମ୍ନାକୁ ଆସିବ: ମୋଦି

ନୂଆଦିଲ୍ଲୀ, ୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କର୍ନାଟକର ତୁମାକୁରୁ ଜିଲାର ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ(ହାଲ)ର ଦେଶର ସର୍ବବୃହତ ହେଲିକପ୍ଟର ଉତ୍ପାଦନ ୟୁନିଟର ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଥିଲେ।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଆମେ ସରକାରୀ ପ୍ରତିରକ୍ଷା କମ୍ପାନୀଗୁଡିକରେ ସଂସ୍କାର ଆଣି ଘରୋଇ କ୍ଷେତ୍ର ପାଇଁ ମଧ୍ୟ ଦ୍ୱାର ଖୋଲିଥିଲୁ … କିଛି ବର୍ଷ ପୂର୍ବେ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡକୁ ଏକ ବାହାନା ଭାବରେ ବ୍ୟବହାର କରି ଆମ ସରକାରଙ୍କ ବିରୋଧରେ ବିଭିନ୍ନ ମିଥ୍ୟା ଅଭିଯୋଗ ଆସିଥିଲା। ଏହି ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ ନାଁ ନେଇ ଲୋକଙ୍କୁ ଉତ୍ତେଜିତ କରିବା ପାଇଁ ଷଡଯନ୍ତ୍ର କରାଯାଇଥିଲା। ଲୋକମାନେ ଉତ୍ତେଜିତ ହୋଇଥିଲେ, ପାର୍ଲାମେଣ୍ଟର ସମୟ ନଷ୍ଟ କରାଯାଇଥିଲା, କିନ୍ତୁ ମିଛ ଯେତେ ବଡ଼ ହେଉନା କାହିଁକି, ଯେତେଥର କୁହାଯାଉନା କାହିଁକି, ଦିନେ ଏହା ସତ୍ୟ ସାମ୍ନାରେ ହଜିଯାଏ।
ସୂଚeନାଯୋଗ୍ୟ, ୨୦୧୭-୧୮ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାରଙ୍କୁ ରାଫାଲ ବିମାନ କ୍ରୟରେ ଅନିୟମିତତା ପାଇଁ ସଂସଦକୁ ଘେରି ରହିଥିଲେ। ଏଥିସହ ସେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଫାଲ ଚୁକ୍ତିନାମାକୁ ହାଲରୁ ଛଡ଼ାଇ ନେଇ ଅନିଲ ଅମ୍ବାନୀଙ୍କ କମ୍ପାନୀକୁ ଉପହାର ଦେଇଥିବା ଅଭିଯୋଗ ହୋଇଥିଲା। ହାଲ ହେଉଛି ଭାରତର ରଣନୀତିକ ସମ୍ପତ୍ତି। ରାଫାଲ ଚୁକ୍ତିନାମାକୁ ହାଲରୁ ଛଡ଼ାଇ ଅନୀଲ ଅମ୍ବାନୀଙ୍କ କମ୍ପାନୀକୁ ଦେଇ ଭାରତର ଏରୋସ୍ପେସ ଇଣ୍ଡଷ୍ଟ୍ରିର ଭବିଷ୍ୟତ ନଷ୍ଟ ହୋଇଯାଇଛି।
ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଦଳ ୫୮,୦୦୦ କୋଟି ଟଙ୍କା ରାଫାଲ ଯୁଦ୍ଧ ବିମାନ ଚୁକ୍ତିରେ ମୋଦି ସରକାରଙ୍କୁ ଟାର୍ଗେଟ୍‌ କରି ଦୁର୍ନୀତି ଏବଂ ପକ୍ଷପାତିତା ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri