ଆଇସିଏଆଇ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୨୭।୩: ଦି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ୍‌ ଅଫ୍‌ ଇଣ୍ଡିଆ (ଆଇସିଏଆଇ)ର ଭୁବନେଶ୍ୱର ଶାଖା ପକ୍ଷରୁ ରବିବାର ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ବିଶେଷକରି ବ୍ୟାଙ୍କ ଶାଖା ଅଡିଟ୍‌-୨୦୨୩ ଶୀର୍ଷକ ବିଷୟବସ୍ତୁ ଉପରେ ଉକ୍ତ ସେମିନାର ଆୟୋଜିତ ହୋଇଯାଇଛି। ଏହି ଅବସରରେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ଜେନେରାଲ ମ୍ୟାନେଜର ଚନ୍ଦ୍ରଶେଖର ଶର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଆଇସିଏଆଇ ଭୁବନେଶ୍ୱର ଶାଖାର ଅଧ୍ୟକ୍ଷ ସିଏ ରାଜୀବ ଶେଖର ସାହୁ, ଶାଖାର ଅଧ୍ୟକ୍ଷ ସିଏ ପ୍ରଦୀପ କୁମାର ସାହୁ, ଉପାଧ୍ୟକ୍ଷ ତଥା ଛାତ୍ର ସଂଗଠନର ଅଧ୍ୟକ୍ଷ ସିଏ ଗଗନ ବିହାରୀ ଦାସ, ସଭାପତି ମହେନ୍ଦ୍ର କୁମାର ସାହୁ, କୋଷାଧ୍ୟକ୍ଷ ସିଏ ଶାଶ୍ବତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କ ଶାଖା ଅଡିଟ୍‌ ସମ୍ବନ୍ଧରେ କାନାରା ବ୍ୟାଙ୍କର ସ୍ବାଧୀନ ନିର୍ଦ୍ଦେଶକ ଦିବାକର ପ୍ରସାଦ ହରିଚନ୍ଦନ ବିସ୍ତୃତ ଆଲୋକପାତ କରିଥିଲେ। ଅପରପକ୍ଷରେ ସିଏ ଲୋକେଶ ଗୁପ୍ତା ବ୍ୟାଙ୍କ ଅଡିଟ୍‌ ଏବଂ ଏଲଏଫ୍‌ଆର୍‌ ରିପୋର୍ଟିଂ, ସିଏ ଅଭୟ ବିଷ୍ଣୁ କାମାତ୍‌ ଆଇଆର୍‌ଏସି ନର୍ମସ, ଲୋନ୍‌, ଅତ୍ୟାଧୁନିକ ଏବଂ ସିଏ ସଞ୍ଜୀବ ସାଂଘି ଯଥାକ୍ରମେ ସିବିଏସ୍‌ ପରିବେଶ ଅଡିଟ୍‌ ସମ୍ବନ୍ଧରେ ବିସ୍ତୃତ ଭାବେ ସୂଚନା ପ୍ରଦାନ କରିଥିଲେ। ପରିଶେଷରେ ପୂର୍ବାଞ୍ଚଳ କାଉନ୍‌ସିଲ୍‌ ଶାଖାର ଅଧ୍ୟକ୍ଷ ସିଏ ଦେବାୟାନ୍‌ ପାତ୍ର, ଉପାଧ୍ୟକ୍ଷ ସିଏ ସଞ୍ଜୀବ ସାଂଘି, ସଭାପତି ବିଷ୍ଣୁ ତୁଲସୟାନ୍‌ ଏବଂ କୋଷାଧ୍ୟକ୍ଷ ସିଏ ମୟୂର ଅଗ୍ରୱାଲଙ୍କୁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri