ଆଇସିଏଆଇ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୨୭।୩: ଦି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ୍‌ ଅଫ୍‌ ଇଣ୍ଡିଆ (ଆଇସିଏଆଇ)ର ଭୁବନେଶ୍ୱର ଶାଖା ପକ୍ଷରୁ ରବିବାର ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ବିଶେଷକରି ବ୍ୟାଙ୍କ ଶାଖା ଅଡିଟ୍‌-୨୦୨୩ ଶୀର୍ଷକ ବିଷୟବସ୍ତୁ ଉପରେ ଉକ୍ତ ସେମିନାର ଆୟୋଜିତ ହୋଇଯାଇଛି। ଏହି ଅବସରରେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ଜେନେରାଲ ମ୍ୟାନେଜର ଚନ୍ଦ୍ରଶେଖର ଶର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଆଇସିଏଆଇ ଭୁବନେଶ୍ୱର ଶାଖାର ଅଧ୍ୟକ୍ଷ ସିଏ ରାଜୀବ ଶେଖର ସାହୁ, ଶାଖାର ଅଧ୍ୟକ୍ଷ ସିଏ ପ୍ରଦୀପ କୁମାର ସାହୁ, ଉପାଧ୍ୟକ୍ଷ ତଥା ଛାତ୍ର ସଂଗଠନର ଅଧ୍ୟକ୍ଷ ସିଏ ଗଗନ ବିହାରୀ ଦାସ, ସଭାପତି ମହେନ୍ଦ୍ର କୁମାର ସାହୁ, କୋଷାଧ୍ୟକ୍ଷ ସିଏ ଶାଶ୍ବତ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କ ଶାଖା ଅଡିଟ୍‌ ସମ୍ବନ୍ଧରେ କାନାରା ବ୍ୟାଙ୍କର ସ୍ବାଧୀନ ନିର୍ଦ୍ଦେଶକ ଦିବାକର ପ୍ରସାଦ ହରିଚନ୍ଦନ ବିସ୍ତୃତ ଆଲୋକପାତ କରିଥିଲେ। ଅପରପକ୍ଷରେ ସିଏ ଲୋକେଶ ଗୁପ୍ତା ବ୍ୟାଙ୍କ ଅଡିଟ୍‌ ଏବଂ ଏଲଏଫ୍‌ଆର୍‌ ରିପୋର୍ଟିଂ, ସିଏ ଅଭୟ ବିଷ୍ଣୁ କାମାତ୍‌ ଆଇଆର୍‌ଏସି ନର୍ମସ, ଲୋନ୍‌, ଅତ୍ୟାଧୁନିକ ଏବଂ ସିଏ ସଞ୍ଜୀବ ସାଂଘି ଯଥାକ୍ରମେ ସିବିଏସ୍‌ ପରିବେଶ ଅଡିଟ୍‌ ସମ୍ବନ୍ଧରେ ବିସ୍ତୃତ ଭାବେ ସୂଚନା ପ୍ରଦାନ କରିଥିଲେ। ପରିଶେଷରେ ପୂର୍ବାଞ୍ଚଳ କାଉନ୍‌ସିଲ୍‌ ଶାଖାର ଅଧ୍ୟକ୍ଷ ସିଏ ଦେବାୟାନ୍‌ ପାତ୍ର, ଉପାଧ୍ୟକ୍ଷ ସିଏ ସଞ୍ଜୀବ ସାଂଘି, ସଭାପତି ବିଷ୍ଣୁ ତୁଲସୟାନ୍‌ ଏବଂ କୋଷାଧ୍ୟକ୍ଷ ସିଏ ମୟୂର ଅଗ୍ରୱାଲଙ୍କୁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri