କାଲିଫର୍ନିଆ ଆଲମଣ୍ଡ ବୋର୍ଡ ପକ୍ଷରୁ ଦିନିକିଆ କର୍ମଶାଳା

ଭୁବନେଶ୍ୱର,୧୮।୧୧: କାଲିଫର୍ନିଆ ଆଲମଣ୍ଡ ବୋର୍ଡ ପକ୍ଷରୁ ଗୁରୁବାର ସ୍ଥାନୀୟ ଜୟଦେବ ବିହାରସ୍ଥିତ ଏକ ହୋଟେଲରେ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି ‘ପ୍ରାୟୋରିଟାଇଜିଂ ମାଇଣ୍ଡଫୁଲ୍‌ ଇଟିଂ: ଦ ନ୍ୟୁ ମନ୍ତ୍ର ଫର୍‌ ହୋଲିଷ୍ଟିକ ଫ୍ୟାମିଲି ହେଲ୍‌ଥ’ ଶୀର୍ଷକ ବିଷୟବସ୍ତୁ ଉପରେ ବିସ୍ତୃତ ଆଲୋଚନା ମଧ୍ୟ କରାଯାଇଥିଲା। ଏହି ଅବସରରେ ଓଡ଼ିଆ ଅଭିନେତ୍ରୀ ନୈନା ଦାଶ ତିୱାରୀ ଏବଂ ଦିଲ୍ଲୀ ମ୍ୟାକ୍ସ ହେଲ୍‌ଥ କେୟାର ଡାଏଟେଟିକ୍ସର ଆଞ୍ଚଳିକ ମୁଖ୍ୟ ରିତିକା ସମାଦାର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବିଶେଷକରି ଆଲମଣ୍ଡ ଭଳି ଖାଦ୍ୟ ହଜାର ହଜାର ବର୍ଷ ଧରି ଭାରତୀୟ ପରମ୍ପରା ଏବଂ ଖାଦ୍ୟ ଅଭ୍ୟାସର ଏକ ଅଂଶ ହୋଇ ଆସିଛି। ସେହିଭଳି ଆୟୁର୍ବେଦ, ୟୁନାନି ଓ ସିଦ୍ଧ ଗ୍ରନ୍ଥରେ ମଧ୍ୟ ଏହାର ସ୍ବାସ୍ଥ୍ୟ ଉପକାରିତା ସମ୍ପର୍କରେ ବିସ୍ତୃତ ଉଲ୍ଲେଖ କରାଯାଇଛି। ଆଲମଣ୍ଡ ସମ୍ପର୍କରେ କେତେକ ତଥ୍ୟ ମଧ୍ୟ ଗବେଷଣା ପେପରରେ ପ୍ରକାଶିତ ହୋଇଛି। ସେହିପରି ଏଥିରେ ଭିଟାମିନ ଇ, ମ୍ୟାଗ୍ନେସିୟମ, ପ୍ରୋଟିନ, ରିବୋଫ୍ଲାଭିନ, ଜିଙ୍କ୍‌ ଇତ୍ୟାଦି ୧୫ଟି ପୁଷ୍ଟିକର ଉତ୍ସ ଥାଏ। ଏ ସମ୍ପର୍କରେ ଦିଲ୍ଲୀ ମ୍ୟାକ୍ସ ହେଲ୍‌ଥ କେୟାର ଡାଏଟେଟିକ୍ସର ଆଞ୍ଚଳିକ ମୁଖ୍ୟ ରିତିକା ସମାଦାର କହିଛନ୍ତି, ଭଲ ଖାଦ୍ୟ ଏବଂ ସ୍ନାକିଂ ଅଭ୍ୟାସ ବିଷୟରେ ସଚେତନତା ହେବା ଜରୁରୀ। ଏକ ସୁସ୍ଥ ଜୀବନଶୈଳୀ ହାସଲ କରିବା ପାଇଁ ଏହା ଏକ ପ୍ରମୁଖ ବିଷୟ। ସେହିଭଳି ନୈନା କହିଛନ୍ତି, ଆପଣଙ୍କ ପରିବାର ଏବଂ ନିଜ ସ୍ବାସ୍ଥ୍ୟ ପାଇଁ ଜଣେ ଘରୋଇ ଜୀବନଶୈଳୀ ଏବଂ ଖାଇବା ଅଭ୍ୟାସ ବିଷୟରେ ଜାଣିବା ଆବଶ୍ୟକ। ଯେକୌଣସି ଅଭ୍ୟାସ ଯାହା ଆପଣଙ୍କର ସ୍ବାସ୍ଥ୍ୟ ଲକ୍ଷ୍ୟକୁ ପୂରଣ କରେ ନାହିଁ,ଏହାକୁ ଏଡ଼ାଇବାକୁ ହେବ ଏବଂ ଆହୁରି ଭଲ କିଛି ସୁସ୍ଥ କିମ୍ବା ପୁଷ୍ଟିକର ଜିନିଷ ଦ୍ୱାରା ବଦଳାଯିବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri