ଓଲଟିଲା ଭ୍ୟାନ୍‌: ଜଣେ ମୃତ, ୧୫ ଗୁରୁତର

ଆର୍‌.ଉଦୟଗିରି,୧୯ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ନୂଆଗଡ଼ ବ୍ଲକ ଗୁଆର ଗାଁ ନିକଟରେ ମଙ୍ଗଳବାର ଏକ ଭ୍ୟାନ୍‌ ଦୁର୍ଘଟଣା ଗ୍ରସ୍ତ ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଦିଲିସମଣି ରଇତ (୨୨)। ଆହତମାନଙ୍କୁ ପ୍ରଥମେ ଖଜୁରୀପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ପାରଳାଖେମୁଣ୍ଡି ଜିଲାମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ରା.ଉଦୟଗିରି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଥାନାଧିକାରୀ ରବିନ୍ଦ୍ର କୁମାର ପଣ୍ଡା କହିଛନ୍ତି।

ସୂଚନାଯୋଗ୍ୟ, ମଙ୍ଗଳବାର ସକାଳେ ରେବିଡିଠାରୁ ଏକ ଭ୍ୟାନ୍‌ ନୂଆଗଡ଼ ଯାଉଥିଲା। ତେବେ ଗୁଆର ନିକଟରେ ଡ୍ରାଇଭର ଭାରସାମ୍ୟ ହରାଇବାରୁ ଗାଡ଼ିଟି ଓଲଟି ପଡ଼ିଥିଲା। ରେବିଡି ଗାଁର ଦିଲିସମଣି ରଇତଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଗୁରୁତରମାନେ ହେଲେ ଦୀପକ ରଇତ (୪), ପ୍ରବୀଣ ସେନ ମଣ୍ଡଳ (୧୭), ଅଭିରାମ ଦଳବେହେରା (୪୭), ମନିକା ରଇତ (୬), ଯାନିଏଲ ମଣ୍ଡଳ (୨୦), ମେଥି ମଣ୍ଡଳ (୫୦),
ପିତାସ ମଣ୍ଡଳ (୩୮), ପ୍ରବଞ୍ଜନୀ ମଣ୍ଡଳ(୨୧) ପ୍ରମୁଖ ବୋଲି ଜଣାପଡ଼ିଛି। ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ପାରଳାଖେମୁଣ୍ଡି ସ୍ଥାନାନ୍ତର କରାଯାଇଥିବା ଖଜୁରୀପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ସତ୍ୟରଞ୍ଜନ ତ୍ରିପାଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ: ଉଚ୍ଛେଦ ଦାବିରେ ଶତାଧିକ ମହିଳା-ପୁରୁଷଙ୍କ ବିକ୍ଷୋଭ

ଅମରପାଲି, ୮।୧୦ (ପୀତାମ୍ବର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲିଆସୁଥିବା ଲାଇସେନ୍ସପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁଁ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

ଚମତ୍କାର ରେକର୍ଡ କଲେ ତିଲକ ବର୍ମା: ଟି-୨୦ କ୍ରିକେଟ୍‌ରେ ପ୍ରଥମଥର କଲେ ଏମିତି କମାଲ

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଲକ ବର୍ମାଙ୍କ ବ୍ୟାଟ ପୁଣିଥରେ ଗର୍ଜିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ମାତ୍ର ୧୮ଟି…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?