ଜଣେ ମୃତ,୨ଗୁରୁତର

ଖୋର୍ଦ୍ଧା ଅଫିସ,୨୯।୪: ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ଗଡ଼ଖୋର୍ଦ୍ଧା ଛକରେ ଗୁରୁବାର ମର୍ମ୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗଡ଼ଖୋର୍ଦ୍ଧା ଛକ ରାଜପଥରେ ଲାଗିଥିବା ସିସିଟିଭି କ୍ୟାମେରା ସଜାଡିବା ଲାଗି ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଗାଡ଼ିର ପଛପଟୁ ଧକ୍କା ଦେଇ ପିକ୍‌ଅପ ଭ୍ୟାନ ଓଲଟି ପଡିବାରୁ ଭ୍ୟାନ ଭିତରେ ଚାପି ହୋଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଟାଙ୍ଗୀ ଥାନା ଅନ୍ତର୍ଗତ ମେହେରାମପୁର ଭୂଷଣ୍ଡପୁରର ଅରସାଦ ଅଲ୍ଲି ଖାନ(୪୧)। ଆହତଦ୍ୱୟ ହେଲେ ତବ୍ରିଜ ଖାନ(୩୩) ଓ ଏକବାଲ ଖାନ୍‌ ଓରଫ ବୁଲୁ(୩୪)। ଅଗ୍ନିଶମ କର୍ମଚାରୀ ପହଞ୍ଚି ଗ୍ୟାସ କଟରରେ ଆହତଙ୍କୁ ଉଦ୍ଧାର କରିଥିବା ବେଳେ ଦେଢ଼ ଘଣ୍ଟା ପରେ ମୃତକଙ୍କୁ ବାହାର କରିଥିଲେ। କ୍ରେନରେ ଉଭୟ ଗାଡିକୁ ପୃଥକ କରାଯାଇଥିଲା। ଟାଉନ ପୋଲିସ ଉଭୟ ଗାଡିକୁ ଜବତ କରି ତଦନ୍ତ ଚଳାଇଛି।
ସୂଚନା ମୁତାବକ, ୧୬ ନମ୍ବର ଜାତୀୟ ରାଜପଥର ଗଡ଼ଖୋର୍ଦ୍ଧା ଛକରେ ଏକ ଅଣ୍ଡରପାସ ନିର୍ମାଣ ଚାଲିଛି। ପଞ୍ଚ ପାଇକ ମୂର୍ତ୍ତି ସମ୍ମୁଖ ରାଜପଥରେ ରାଜପଥ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସିସିଟିଭି ଖଞ୍ଜା ଯାଇଛି। ସିସିଟିଭି ଚେକିଂ ଲାଗି ରାସ୍ତା ପାର୍ଶ୍ୱରେ ଗାଡି(ଓଡି୦୨-ବିଟି-୫୭୩୬)କୁ ପାର୍କିଂ କରି ସିସିଟିଭି ଯାଞ୍ଚ ଲାଗି ସରଞ୍ଜାମ ପ୍ରସ୍ତୁତ କରୁଥିଲେ। ମଧ୍ୟାହ୍ନ ୧୨ଟା ୩୦ରେ ଭୁବନେଶ୍ୱର ପଟୁ ମାଛ ଅନଲୋଡ କରି ବାଲୁଗଁା ଅଭିମୁଖେ ଏକ ପିକଅପ ଭ୍ୟାନ(ଓଡି-୩୩-ଏଜି-୦୮୮୫) ଆସୁଥିଲା। ସେଥିରେ ୩ଜଣ ବସିଥିଲେ। ଭ୍ୟାନ ଦ୍ରୁତଗତିରେ ଆସି ରାଜପଥରେ ଛିଡ଼ା ହୋଇଥିବା ଗାଡିକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଆଗରେ ଛିଡ଼ା ହୋଇଥିବା ଗାଡି ସିମେଣ୍ଟ ଡିଭାଇଡରେ ପିଟି ହୋଇ ଯାଇଥିବା ବେଳେ ପଛରେ ଥିବା ପିକଅପ ଭ୍ୟାନ ଓଲଟି ପଡିଥିଲା। ଉଭୟ ଗାଡି ସମ୍ମୁଖ ଭାଗ ଚୁରମାର ହୋଇଯାଇଥିବା ବେଳେ ଉଭୟ ଗାଡି ଲାଖିଯାଇଥିଲା। ଫଳରେ ଭ୍ୟାନରେ ରହିଥିବା ୩ଜଣ ଚାପି ହୋଇଯାଇଥିଲେ। ଖବରପାଇ ଶିଳ୍ପାଞ୍ଚଳ ଫାଣ୍ଡି ଓ ଟାଉନ ପୋଲିସ ଘଟଣା ସ୍ଥଳରେ ପହଞ୍ଚିଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପ୍ରାୟ ଏକ ଘଣ୍ଟା ପରେ ଦୁଇ ଆହତଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସରେ ଚିକିତ୍ସା ଲାଗି ଖୋର୍ଦ୍ଧା ମେଡିକାଲକୁ ପଠାଯାଇଥିଲେ। ଭ୍ୟାନ ଭିତରେ ଚାପି ହୋଇ ମୃତ୍ୟୁବରଣ କରିଥିବା ଅରସାଦଙ୍କୁ ପ୍ରାୟ ଦେଢ ଘଣ୍ଟାର ପରିଶ୍ରମ ପରେ ବାହାର କରିଥିଲେ। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇ ଗାଡି ଦୁଇଟିକୁ କ୍ରେନ ସାହାର୍ଯ୍ୟରେ ପୃଥକ କରି ଥାନାକୁ ନେଇଥିଲା। ଅନ୍ୟପଟେ ଦୁର୍ଘଟଣା ଯୋଗୁ ରାଜପଥରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଏକ କିମି ପର୍ଯ୍ୟନ୍ତ ଯାନବାହନ ଅଟକି ରହିଥିଲା। ଖବରପାଇ ଆଞ୍ଚଳିକ ପରିବହନ ଅତିରିକ୍ତ ପରିବହନ ଅଧିକାରୀ ଅରବିନ୍ଦ ନାୟକ ଟିମ୍‌ ସହ ପହଞ୍ଚିଥିଲେ। ଆରଟିଓ କର୍ମଚାରୀ ଏବଂ ପୋଲିସ ସ୍ଥାନୀୟ ଲୋକଙ୍କ ସହାୟତାରେ ଟ୍ରାଫିକ ନିୟନ୍ତ୍ରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?