ଜଣେ ମୃତ, ୨୭ ଅସୁସ୍ଥ

ସୋର, ୧୯।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଗାନ୍ଧୀ ସେବା ସଂଘ ପୁରୁବାଈ କନ୍ୟାଶ୍ରମରେ ଅଜଣା ରୋଗ ବ୍ୟାପିଛି। ବାନ୍ତି, ପେଟ ବ୍ୟଥା ସାଙ୍ଗକୁ ଜ୍ୱରରେ ପୀଡ଼ିତ ହୋଇଛନ୍ତି ଅନ୍ତେବାସିନୀ। ସେମାନଙ୍କ ମଧ୍ୟରୁ ଜଣଙ୍କର ଶୁକ୍ରବାର ରାତିରେ ମୃତ୍ୟୁ ଘଟିଥିବାବେଳେ ଆଉ ୨୭ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଏବଂ ଅନ୍ୟମାନଙ୍କୁ ସୋର ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। କନ୍ୟାଶ୍ରମରେ ଖାଦ୍ୟ ଓ ପାନୀୟ ଅବ୍ୟବସ୍ଥାରୁ ଏଭଳି ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ମୃତ ଅନ୍ତେବାସିନୀ ଜଣକ ହେଲେ ରୁବିନା ସିଂ। ତାଙ୍କ ଘର ନୀଳଗିରି ଅଞ୍ଚଳରେ ହୋଇଥିବାବେଳେ ସେ କନ୍ୟାଶ୍ରମରେ ରହି ୧୦ମ ଶ୍ରେଣୀରେ ପଢ଼ୁଥିଲେ।
କନ୍ୟାଶ୍ରମଟି ହେଉଛି ଏକ ଘରୋଇ ଆବାସିକ ଶିକ୍ଷାନୁଷ୍ଠାନ। ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ରାଜ୍ୟ ଶିଶୁ ସୁରକ୍ଷା ସମିତି ଅନୁଦାନରେ ଏହା ଚାଲିଥିବା ଜଣାପଡ଼ିଛି। ଏଠାରେ ଛାତ୍ରୀମାନେ ରହି ପ୍ରଥମରୁ ଦଶମ ଶ୍ରେଣୀ ଯାଏ ପଢ଼ିବା ବ୍ୟବସ୍ଥା ରହିଛି। ବର୍ତ୍ତମାନ ମୋଟ ୧୫୫ ଅନ୍ତେବାସିନୀ ରହିଛନ୍ତି। ୩ଦିନ ତଳେ ଆଶ୍ରମର କେତେଜଣ ଅନ୍ତେବାସିନୀ ମଧ୍ୟାହ୍ନଭୋଜନ ଖାଇବା ପରେ ସେମାନଙ୍କର ପେଟବ୍ୟଥା ହେବା ସହ ବାନ୍ତି ଓ ମୁଣ୍ଡବିନ୍ଧା ହୋଇଥିଲା। ସେହି ସମୟରେ କୌଣସି ଚିକିତ୍ସା ବ୍ୟବସ୍ଥା କରାଯାଇ ନ ଥିଲା। ସେମାନଙ୍କ ମଧ୍ୟରୁ ୩ ଜଣ ପ୍ରବଳ ବାନ୍ତି ସହ ମୁଣ୍ଡବିନ୍ଧା ଯୋଗୁ ଗୁରୁତର ହୋଇପଡ଼ିଥିଲେ। ଶୁକ୍ରବାର ଅପରାହ୍ନରେ ସେମାନଙ୍କୁ ପ୍ରଥମେ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ୨ଜଣକ ଅବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ହେଲେ ରୁବିନାଙ୍କର ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଥିଲା। ଖବର ପାଇ ବାଲେଶ୍ୱରରୁ ଶିଶୁ ମଙ୍ଗଳ ଅଧିକାରୀ ଓ ଡାକ୍ତରୀ ଟିମ୍‌ ଆଶ୍ରମରେ ପହଞ୍ଚି ଅନ୍ୟ ଗୁରୁତର ୨୭ଜଣଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ। ଅସୁସ୍ଥ ଅନ୍ତେବାସିନୀମାନେ
କନ୍ୟାଶ୍ରମରେ ଖାଦ୍ୟ ଅବ୍ୟବସ୍ଥା…
ହେଲେ ମାମା ସିଂ(୬), ସୀତା ହାଂସଦା(୬), ଶ୍ରୀମନ୍ତି ସିଂ(୧୩), ଗାୟତ୍ରୀ ଘଡାଇ(୧୨), ଶୁଭଶ୍ରୀ ବେହେରା(୧୪), ପୂଜାରାଣୀ ଗିରି(୧୫), ବିନି ଦାସ(୧୨), ଚାଲ୍‌ସେ ହାଁସଦା(୧୧), ଗୀତା ସିଂ(୮), ପାନି ମାଝି(୬), ରାଧି ସିଂ(୭)। ଅନ୍ୟମାନଙ୍କ ନାମ ଜଣାପଡ଼ିନାହିଁ। ସୋର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟ ଡା. ସତ୍ୟନାରାୟଣ ନାୟକଙ୍କ ତତ୍ତ୍ୱାବଧାନରେ ଏକ ଡାକ୍ତରୀ ଟିମ୍‌ ଅସୁସ୍ଥଙ୍କୁ ଚିକିତ୍ସା କରୁଛନ୍ତି। ସୋର ପୌରାଧ୍ୟକ୍ଷ ମାଧବ ଧଡ଼ା ଓ ଉପାଧ୍ୟକ୍ଷା ସସ୍ମିତା ଦାସ ଡାକ୍ତରଖାନାରେ ପହଞ୍ଚି ଚିକିତ୍ସା ବ୍ୟବସ୍ଥା ବୁଝୁଛନ୍ତି। ଏ ସମ୍ପର୍କରେ କନ୍ୟାଶ୍ରମ ସମ୍ପାଦିକା ସୁମତୀ ମହାନ୍ତି କହିଛନ୍ତି, ଖେଳଛୁଟିରେ ଆସିବା ପରେ ଜଣେ ପିଲା ବାନ୍ତି କରିବା ସହ ପେଥବ୍ୟଥା ହେଇଥିଲା। ତାଙ୍କ ପାଇଁ ଚିକିତ୍ସା ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri