ବେଙ୍ଗ ତରକାରି ଖାଇ ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୧ା୨(ସ୍ବ.ପ୍ର.): ବାମେବାରୀ ଥାନା ଅନ୍ତର୍ଗତ ଗୁରୁଡ଼ା ଗ୍ରାମରେ ବେଙ୍ଗ ତରକାରି ଖାଇ ଜଣେ ବାଳିକାର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ଥିବା ଜଣାପଡ଼ିଛି। ମୃତକଙ୍କ ନାମ ସୁମିତ୍ରା ମୁଣ୍ଡା (୬) ବୋଲି ଜଣାପଡ଼ିଛି।

ପ୍ରକାଶ ଯେ, ଗୁରୁବାର ରାତିରେ ଏକ ବେଙ୍ଗ ମୁନା ମୁଣ୍ଡାଙ୍କ ଘର ଭିତରକୁ ପଶି ଆସିଥିଲା। ମୁନା ତାକୁ ମାରି ନିଆଁରେ ପୋଡ଼ି ଦୁଇ ଝିଅଙ୍କ ସହିତ ସେ ଖାଇଥିଲେ। ଶୋଇଥିବା ବେଳେ ବିଳମ୍ବିତ ରାତିରେ ଦୁଇ ଝିଅ ବାନ୍ତି କରି ଅସୁସ୍ଥ ହୋଇ ପଡ଼ିବାରୁ ସକାଳେ ସେମାନଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଚିକିତ୍ସିତ ଅବସ୍ଥାରେ ଶୁକ୍ରବାର ରାତିରେ ସୁମିତ୍ରାଙ୍କ ମୃତ୍ୟୁ ହୋଇଥିଲା। ଖାଦ୍ୟ ଅଭାବରୁ ଏଭଳି ଅଖାଦ୍ୟ ଖାଉ ଥିବାରୁ ଅନେକ ସମୟରେ ଗରିବ ଆଦିବାସୀ ଲୋକ ପୁଷ୍ଟିହୀନତା ବା ଅନ୍ୟାନ୍ୟ ରୋଗରେ ପଡ଼ି ଅସୁସ୍ଥ ହେଉଛନ୍ତି ବୋଲି ସାମାଜିକ କର୍ମୀମାନେ ମତବ୍ୟକ୍ତ କରିଛନ୍ତି। ଅନ୍ୟ ପକ୍ଷରେ ବାମେବାରୀ ଥାନା ଅଧିକାରୀ କହିଛନ୍ତି, ମୃତ୍ୟୁ ପରେ ଖବର ଆସିଥିଲା। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ରିପୋର୍ଟ ଆସିବା ପରେ କାରଣ ଜଣାପଡ଼ିବ। ଅନ୍ୟପକ୍ଷରେ ବେଙ୍ଗମାନେ ସାଧାରଣତଃ ବିଷାକ୍ତ ନୁହନ୍ତି। ଏଣୁ କେଉଁ କାରଣରୁ ମୃତ୍ୟୁ ହୋଇଛି ଯାଞ୍ଚ କରାଗଲେ ଜଣାପଡ଼ିବ ବୋଲି ବରିଷ୍ଠ ମେଡିସିନ ବିଶେଷଜ୍ଞ ନିରଞ୍ଜନ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri