ବ୍ରହ୍ମପୁର ଯାଉଥିବା ବେଳେ ବସ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଚାଲିଗଲା ପ୍ରକାଶଙ୍କ ଜୀବନ, ଗୁରୁତର ଛାତ୍ରୀ…

ବ୍ରାହ୍ମଣୀଗାଁ,୭।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନାସ୍ଥିତ ବଡ଼ଶଙ୍ଖଠାରେ ମର୍ମନ୍ତୁଦ ଦୁର୍ଘଟଣା। ବସ ଓ ବାଇକ  ମୁହାଁମୁହିଁ ଧକ୍କାରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର। ମୃତକ ଜଣକ ହେଲେ କିନାରୀଗାଁର ପ୍ରକାଶ ବଡ଼ାଇକ(୩୯ )। ସେହିଭଳି ଗୁରୁତର ଛାତ୍ରୀ ଜଣକ ହେଲେ ପୂଜାରାଣୀ ପାତ୍ର (୧୮) ବୋଲି ଜଣାପଡିଛି।
ସୂଚନା ଅନୁସାରେ, ଶୁକ୍ରବାର ସକାଳେ ଚନ୍ଦ୍ରପୁରଠାରୁ ବ୍ରହ୍ମପୁର ଯାଉଥିବା ମହାଲକ୍ଷ୍ମୀ ନାମକ ଏକ ଘରୋଇ ବସ ବାଇକକୁ ଧକ୍କା ଦେଇଥିଲା। ଫଳରେ ଦୁର୍ଘଟଣାରେ ବାଇକଚାଳକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣେ କଲେଜ ଛାତ୍ରୀ ଗୁରୁତର  ହୋଇଛନ୍ତି। ଆହତ ଛାତ୍ରୀଙ୍କୁ ପ୍ରଥମେ ବ୍ରାହ୍ମଣୀଗାଁ ମେଡିକାଲରେ ଭର୍ତ୍ତି କରି ପ୍ରଥମିକ ଚିକିତ୍ସା କରାଯିବା ପରେ ଛାତ୍ରୀଙ୍କ ଡାହାଣ ଜଙ୍ଘ ରେ ଅତ୍ୟଧିକ ଆଘାତ ଲାଗିଥିବାରୁ ଡାକ୍ତର  ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି ।
ଅପରପକ୍ଷେ ମୃତକଙ୍କ ପରିବାରଲୋକେ ବସକୁ ଅଟକାଇବା ସହ କ୍ଷତିପୂରଣ ଦାବିରେ ମର ଶରୀରକୁ ରାସ୍ତାରେ ରଖି ଧାରଣା ବସିଥିଲେ। ପରେ ଦାରିଙ୍ଗବାଡି ତାସିଲଦର୍‌ ଧିରଜ କୁମାର ପାତ୍ର ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ରେଡ କ୍ରସ ତରଫରୁ ମୃତ ବ୍ୟକ୍ତିଙ୍କ ଭାଇଙ୍କୁ ୨୦୦୦୦ ଏବଂ ବ୍ରାହ୍ମଣୀଗାଁ  ସରପଞ୍ଚ  ହରିଶ୍ଚନ୍ଦ୍ର ଯୋଜନା ରୁ ୩୦୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି । ବ୍ରାହ୍ମଣୀଗାଁ ଥାନା କେସ ନଂ ୧୦୪ ରୁଜୁ କରି ଦୁର୍ଘଟଣା ଗ୍ରସ୍ତ ଗାଡ଼ି ଓଡ଼ି ୦୭ ଏ ଜେଡ ୭୬୭୧ ଏବଂ ଓଡି ୨୦ ସି ୧୪୩୭ କୁ ପୋଲିସ ଜବତ କରି ମୃତଦେହ ବ୍ୟବଚ୍ଛେଦ କରିବା ପାଇଁ ପଠାଇଛି । ସହାୟତା ରାଶି ପ୍ରଦାନ ପରେ ଯାନବାହାନ ଯାତାୟାତ ସାଭାବିକ ହୋଇଥିଲା ।

Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?