ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ ଏକ ଟ୍ରାକ୍ଟର ଟ୍ୟାଙ୍କର ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।

ସୂଚନା ଅନୁଯାୟୀ, ମହେନ୍ଦ୍ରଗିରି ସ୍ଥିତ ବନ ବିଭାଗର ପର୍ଯ୍ୟଟକ ରହଣିସ୍ଥଳ (କଟେଜ୍) କୁ ପାଣି ଯୋଗାଇବା ପାଇଁ ଏକ ଟ୍ରାକ୍ଟର ନିୟୋଜିତ ହୋଇଥିଲା। ଶନିବାର ଟ୍ରାକ୍ଟରଟି ଟ୍ୟାଙ୍କର ଯୋଗେ ପାଣି ନେଇ ଯାଉଥିବା ସମୟରେ ମହେନ୍ଦ୍ରଗିରି ଘାଟି ରାସ୍ତାରେ କୌଣସି କାରଣବଶତଃ ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିଲା।

ମୃତକ ହେଲେ ଟେରଣି ଗ୍ରାମର ସନ୍ୟାସୀ ଭୂୟାଁ (୧୯)। ସେ ଟ୍ରାକ୍ଟରର ହେଲ୍ପର ଭାବେ କାମ କରୁଥିଲେ। ଦୁର୍ଘଟଣା ସମୟରେ ସେ ଇଞ୍ଜିନ ପାର୍ଶ୍ୱରେ ବସିଥିବା ବେଳେ ଘଟଣାସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ସେହିଭଳି ଆହତ ହେଲେ ମାଡ଼ବା ଗ୍ରାମର ଚାଳକ ରବୀନ୍ଦ୍ର ଧାଙ୍ଗଡ଼ା ଭୂୟାଁ (୨୦)। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ଏହି ଦୁର୍ଘଟଣା ପାଇଁ ଚାଳକ ରବୀନ୍ଦ୍ରଙ୍କ ବେପରୁଆ ଗାଡ଼ି ଚାଳନାକୁ ଦାୟୀ କରିଛନ୍ତି ମୃତ ସନ୍ୟାସୀଙ୍କ ପରିବାର ଲୋକେ। ଏନେଇ ସେମାନେ ଗାରାବନ୍ଧ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri