ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ ଘର ଭାଙ୍ଗିବା ସହିତ ଘରୁ ଦୌଡ଼ି ଜୀବନ ବଞ୍ଚାଇବାକୁ ଚେଷ୍ଟା କରୁଥିବା ସୋମା ମୁଣ୍ଡା(୫୬)ଙ୍କୁ ଆକ୍ରମଣ କରି କଚାଡି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି l ହାତୀଟି ଏତେ ଉତ୍ତ୍ୟକ୍ତ ଥିଲା ଯେ, ସୋମାଙ୍କୁ ଆକ୍ରମଣ କରି କଚାଡିବା ପରେ ମଧ୍ୟ ପାଦରେ ଦଳି ଦେଇଥିଲା।

ଖବର ପାଇ କୋଇଡ଼ା ବନକର୍ମଚାରୀ ଶୁକ୍ରବାର ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଥିଲେ। ସୂଚନାଯୋଗ୍ୟ, ଉକ୍ତ ହାତୀଟି ଦୀର୍ଘ ଦିନ ଧରି ଅଞ୍ଚଳରେ ଆତଙ୍କ ସୃଷ୍ଟି କରିବା ସହ ୧୫ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଲାଣି। କେବଳ ସେତିକି ନୁହେଁ ସମ୍ପୃକ୍ତ ହାତୀ ଆକ୍ରମଣରେ ଅନେକ ଲୋକ ଆହତ ହୋଇଥିବା ବେଳେ ୩ଶହରୁ ଊର୍ଦ୍ଧ୍ୱ ଘର ଭାଙ୍ଗି ସାରିଛି।

ଏଭଳି ଘଟଣାକୁ ନେଇ ଅଞ୍ଚଳବାସୀ ଭୟଭିତ ଅବସ୍ଥାରେ ରହୁଥିବା ବେଳେ ନରହନ୍ତା ହାତୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି କରିଛନ୍ତି। ଏପରିକି ବନ ବିଭାଗର ବିଫଳତା ଯୋଗୁ ଏହି ଘଟଣା ଘଟିଥିବା ଅଭିଯୋଗ କରିଛନ୍ତି।

ସୂଚନା ଯୋଗ୍ୟ, ସମ୍ପୃକ୍ତ ନରହନ୍ତା ହାତୀକୁ ଗତ ମାସ ୧୮ ତାରିଖରେ ତୋଡ଼ା ନିକଟରେ ଟ୍ରାଙ୍କୁଲାଇଜ କରାଯାଇଥିଲା। ଏପରିକି ହାତୀ ଦେହରେ ରେଡିଓକୁଲାର ଲଗାଯାଇ ଗତିବିଧି ଉପରେ ବନ ବିଭାଗ ନଜର ରଖିଥିଲା। ଏହା ସତ୍ତ୍ୱେ ସମ୍ପୃକ୍ତ ଦନ୍ତା ପୁଣି ଜଣଙ୍କ ଜୀବନ ନେଇଛି। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେବା ସହ ବନ ବିଭାଗର କାର୍ଯ୍ୟ ଦକ୍ଷତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଏନେଇ ବଣାଇଁ ଡିଏଫଓଙ୍କୁ ଯୋଗାଯୋଗ କରାଯାଇଥିବା ବେଳେ ସେ ଫୋନ୍‌ ରିସିଭ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri