ରାସ୍ତାରେ ଯାଉଥିବା ବେଳେ ମାଡ଼ିଗଲା କଣ୍ଟେନର

ପୋଲସରା,୨୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ଷ୍ଟେଟବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ପୋଲସରା ଥାନା ଖଇରଚଟା ଗ୍ରାମର ସତ୍ୟବାଦୀ ଗୌଡ଼।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ମୁତାବକ, ଏନ୍‌ଏଲ୍‌-୦୧ଏଇ୮୪୭୮ ନମ୍ବର ବିଶିଷ୍ଟ ଏକ କଣ୍ଟେନର ବୁଗୁଡାରୁ ଆସୁଥିବା ବେଳେ ପୋଲସରା ଷ୍ଟେଟବ୍ୟାଙ୍କ ଛକ ସମ୍ମୁଖରେ ଭାରସାମ୍ୟ ହରାଇ ସତ୍ୟବାଦୀଙ୍କୁ ଧକ୍କା ଦେଇ ଅଣ୍ଟା ଓ ଗୋଡ଼ ଉପରେ ଚଢିଯାଇଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ପୋଲସରା ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷେ କଣ୍ଟେନର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯିବାକୁ ଉଦ୍ୟମ କରୁଥିବା ବେଳେ ହାଇସ୍କୁଲ ଛକ ନିକଟରେ ଗାଡିକୁ ଲୋକେ ଧରିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି କଣ୍ଟେନରକୁ ଜବତ କରି ଡ୍ରାଇଭରଙ୍କୁ ଥାନାରେ ଅଟକ ରଖିଛି। ବାପା ସତ୍ୟବାଦୀଙ୍କ ମୃତ୍ୟୁକୁ ନେଇ ପୁଅ ରାମକୃଷ୍ଣ ଗୌଡ଼ ପୋଲସରା ଥାନାରେ ଏକ ଲଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲସରା ଥାନା ଅଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ଏକ ମାମଲା(ନଂ.୧୬୬/୨୩) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri