ଆଇଇଡି ବିସ୍ଫୋରଣରେ ଜଣେ ମୃତ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ଗଙ୍ଗାଲୁର ଥାନା ଅଞ୍ଚଳରେ ସୁରକ୍ଷା କର୍ମୀଙ୍କୁ ଲକ୍ଷ୍ୟକରି ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବ ଆଇଇଡି ବୋମା ବିସ୍ଫୋରଣରେ ଜଣେ ଗ୍ରାମବାସୀଙ୍କର ସୋମବାର ମୃତ୍ୟୁ ଘଟିଛି।
ସୂଚନା ଅନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ବିଜାପୁର ଜିଲା ଗଙ୍ଗାଲୁର ଥାନା ଅନ୍ତର୍ଗତ ମୁତବେଣ୍ଡି ଜଙ୍ଗଲକୁ ଯୁବକ ଗଡ଼ିୟା ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରିବାକୁ ଯାଇଥିଲେ। ମାଓବାଦୀଙ୍କ ଦ୍ୱାରା ଖଞ୍ଜାଯାଇଥିବା ଆଇଇଡି ବୋମା ଉପରେ ଗୋଡ଼ ପଡିଯିବାରୁ ବିସ୍ଫୋରଣ ହେବା ଫଳରେ ଘଟଣାସ୍ଥଳରେ ଗଡିୟାଙ୍କ ମୃତ୍ୟୁ ହୋଇଥିଲା। ଖବର ଜଣାପଡିବା ପରେ ମୃତକଙ୍କ ସମ୍ପର୍କୀୟ ଗ୍ରାମବାସୀଙ୍କ ସହ ନିକଟସ୍ଥ ଥାନାରେ ଜଣାଇବା ପରେ ସୁରକ୍ଷାକର୍ମୀ ଘଟଣାସ୍ଥଳରୁ ମୃତଦେହ ଜବତ କରିଥିଲେ। ପରେ ପୋଲିସ ଏକ ମାମଲା ରୁଜୁକରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ବିଜାପୁର ଏସ୍‌ପି ଜିତେନ୍ଦ୍ର ୟାଦବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

ବାଲିଘାଟରେ ହତ୍ୟାକାଣ୍ଡ ଅଭିଯୋଗ: ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ, ଦ୍ୱିତୀୟ ଦିନରେ ବି ଉତ୍ତେଜନା..

ଦେବଗଡ଼, ୨୨/୬ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ସିଙ୍ଗଶାଳ-ଚଟିଆପାଲି ବାଲିଘାଟରେ ଜଣେ ଯୁବକଙ୍କୁ ହତ୍ୟା କରି ଶବକୁ ବାଲି ଭିତରେ ପୋତି…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି…

୪୪ ଜଣ ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର କଲା ଗଞ୍ଜାମ ପୋଲିସ

ଛତ୍ରପୁର, ୨୨/୬ (ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନାର ତ୍ୱରିତ ଏବଂ ସମନ୍ୱିତ ପ୍ରୟାସ ଫଳରେ ୧୫ ଜୁନ ୨୦୨୬ରୁ ୨୧ ଜୁନ ୨୦୨୬…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବଢ଼ିଲା ଆଇନଜୀବୀଙ୍କ…

ଭୁବନେଶ୍ୱର,୨୨।୬(ସୁନିତ ମିଶ୍ର): ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ କଲ୍ୟାଣ ପାଣ୍ଠିରୁ ଅବସର ଗ୍ରହଣ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri