ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ଜୀବନ ଗଲା, ଜଣେ ଆହତ

ତୁମୁଡ଼ିବନ୍ଧ,୨୮ା୩(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ଓ ରାୟଗଡ଼ା ଜିଲା ସଂଯୋଗ କରୁଥିବା ଝିରିପାଣିଠାରୁ ଅମ୍ବାଦୋଳା ରାସ୍ତାର ବର ଗାଁ ଘାଟି ତଳେ ଏକ ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ ଆଉ ଜଣେ ଆହତ ହୋଇଥିବା ଖବର ଶୁକ୍ରବାର ଜଣାପଡ଼ିଛି। ସେମାନେ ହେଲେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଖଇରମାଳ ଗ୍ରାମର ଫକୀର ଧାରୁଆ(୩୭)ମୃତ ଓ ଭବାନୀ ପାଟଣା ବ୍ଲକ ଅଟାଙ୍ଗଗୁଡ଼ା ଗ୍ରାମର ଅକ୍ଷୟ ଧାରୁଆ(୩୫) ଆହତ ବୋଲି ଜଣାପଡ଼ିଛି।
ସୂଚନାନୁସାରେ, ଗୁରୁବାର ସନ୍ଧ୍ୟାରେ ଦୁଇଜଣ ମିଶି ଓ ଆର-୦୩-ଜି ୯୯୧୯ ନମ୍ବର ବାଇକ୍‌ରେ ଅମ୍ବାଦଳକୁ କୁଣିଆଘର ଯାଉଥିଲେ। ସେହି ସମୟରେ ଝିରିପାଣିଠାରୁ ଅମ୍ବାଦଳକୁ ସଂଯୋଗ କରୁଥିବା ରାସ୍ତାର ବର ଗାଁ ଘାଟିରେ ସେହି ବାଇକ୍‌ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ଫକୀର ଧରୁଆଙ୍କର ମୃତ୍ୟୁ ଘଟିଥିବାବେଳେ ଅକ୍ଷୟ ଧରୁଆ ଗୁରୁତର ହୋଇ ରାତିସାରା ସେଠାରେ ପଡ଼ି ରହିଥିଲେ। ଆଜି ସକାଳେ ସେହି ରାସ୍ତା ଦେଇ କିଛି ଯାତ୍ରୀମାନେ ଯାଉଥିବା ବେଳେ ଦୁର୍ଘଟଣା ପରେ ରାସ୍ତାକଡ଼ରେ ପଡ଼ିଥିବା ବ୍ୟକ୍ତିଙ୍କୁ ଦେଖିଥିଲେ। ଏହା ପରେ ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାପଡ଼ିଛି। କିନ୍ତୁ ଘଟଣାଟି ଘଟିଛି ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ଡୁମେରଗୁଡ଼ା ପଞ୍ଚାୟତ ଅଞ୍ଚଳରେ। ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri