ରଥଟଣା ବେଳେ ଅଘଟଣ: ବିଦ୍ୟୁତତାର ଲାଗି ଜଣେ ମୃତ, ଜଣେ ଗୁରୁତର

କୋରାପୁଟ,୨୮ା୬(ଅମିତାଭ ବେହେରା): ରଥ ଟାଣିବା ସମୟରେ ରଥରେ ବିଦ୍ୟୁତ ତାର ଲାଗି ଜଣେ ମୃତ ଓ ଜଣେ ଆହତ ହୋଇଛନ୍ତି। କୋରାପୁଟ ଜିଲା କୋଲାବ ବହୁମୁଖୀ ଜଳ ବିଦ୍ୟୁତ ଯୋଜନାର ଡ୍ୟାମ ସାଇଟ୍‌ରେ ଥିବା କୋଲାବ ନଗରରେ ଆଜି ବାହୁଡ଼ା ଯାତ୍ରା ସମୟରେ ତିନି ଠାକୁରଙ୍କ ଲୁହାର ରଥ ରାସ୍ତା ଉପର ଦେଇ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବା ଯୋଗୁ ଜଣେ ଯୁବକଙ୍କ ବିଦ୍ୟୁତତାର ଲାଗି ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ପ୍ରକଳ୍ପ କର୍ମଚାରୀ ଗୁରୁତର ହୋଇ କୋରାପୁଟସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସମ୍ପୂର୍ଣ୍ଣ ରୂପେ ଲୁହାରେ ତିଆରି ଏହି ରଥ ଅନେକ ବର୍ଷ ଧରି ରଥଯାତ୍ରାରେ ସାମିଲ ହୋଇଥିବା ବେଳେ ପ୍ରତିଥର ଯାତ୍ରା ସମୟରେ ରାସ୍ତା ଉପର ଦେଇ ଯାଇଥିବା ବିଦ୍ୟୁତ ତାରକୁ କାଢ଼ି ଦିଆଯାଏ। କିନ୍ତୁ ଆଜି ଟାଟା କମ୍ପାନୀର କର୍ମଚାରୀ ବିଦ୍ୟୁତ ତାର କୁ କାଢ଼ି ନ ଥିବାରୁ ଭକ୍ତମାନେ ରଥ ଟାଣିବା ସମୟରେ ରଥଟିରେ ବିଦ୍ୟୁତ ତାର ଲାଗି ଯାଇଥିଲା। ରଥର ବ୍ରେକ୍‌ ଚାଳନା କରୁଥିବା ବେଳେ ୨୮ ବର୍ଷୀୟ ଯୁବକ ବାବୁଲା ନାହାକ କରେଣ୍ଟରେ ଲାଗି ଘଟଣାସ୍ଥଳରେ ମୃତ୍ୟୁବରଣ କରିଛନ୍ତି। ରଥର ଉପର ଭାଗରେ ରଥ ପରିଚାଳନା କରୁଥିବା ସମୟରେ ଆଉ ଜଣେ ବୟସ୍କ ବ୍ୟକ୍ତି କ୍ରିଷ୍ଣା ରାଓ ଗୁରୁତର ହୋଇଛନ୍ତି। ତାଙ୍କୁ ସଂକଟାପନ୍ନ ଅବସ୍ଥାରେ କୋରାପୁଟସ୍ଥିତ ମେଡିକାଲ କଲେଜର ଆଇସିୟୁରେ ଭର୍ତ୍ତି କରାଯାଇଛି। ଏହି ରଥଟି ଶ୍ରୀ ଗୁଣ୍ଡିଚା ଯାତ୍ରା ଦିନ ମଧ୍ୟ ରଥଟଣା ହେବା ସମୟରେ ଏକ ମହୁମାଛି ବସାରେ ଲାଗି ଯାଇଥିବା ଯୋଗୁ ଅନେକ ବ୍ୟକ୍ତି ମହୁମାଛି ଆକ୍ରମଣର ଶିକାର ହୋଇଥିଲେ ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି। ହସ୍ପିଟାଲରେ ମୃତଦେହ ନିକଟରେ ପରିବାରବର୍ଗ ଓ କୋଲାବବାସୀଙ୍କ ଶୋକାକୁଳ ପରିବେଶ ମଧ୍ୟରେ ରଥ ପରିଚାଳକ ଏବଂ ବିଦ୍ୟୁତ ବିଭାଗ ମଧ୍ୟରେ ସମନ୍ବୟର ଅଭାବରେ ଏପରି ଦୁର୍ଘଟଣା ଘଟିଯାଇଥିବା ସ୍ଥାନୀୟ ଲୋକେ କ୍ଷବ ପ୍ରକାଶ କରି ଟାଟା କମ୍ପାନୀର କର୍ମକର୍ତ୍ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ଜୋର ଧରିଛି। ଏ ନେଇ ବିଦ୍ୟୁତ ବିଭାଗର ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ଅପରପକ୍ଷେ ଏହି ଘଟଣା ନେଇ କୋରାପୁଟ ସଦର ଥାନା ପକ୍ଷରୁ ଘଟଣାର ତଦନ୍ତ ଚାଲିଥିବା ସଦର ଥାନାଧିକାରୀ କିରଣବାଳା ସାମଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri