ବିଦ୍ୟୁତ୍‌ ଆଘାତରେ କକା ମୃତ, ଝିଆରୀ ଗୁରୁତର

କେସିଙ୍ଗା,୪।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି-ବଲାଙ୍ଗୀର ଜିଲା ସୀମାନ୍ତ ଲୁଥୁରବନ୍ଦ ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ସାମ୍ନାକୁ ଆସିଛି। ଗୁହାଳରେ କ୍ଷୀର ସଂଗ୍ରହ କରୁଥିବା ବେଳେ ବିଦ୍ୟୁତ୍‌ ଆଘାତରେ କକାଙ୍କ ମୃତ୍ୟୁ ଘଟିଥିବା ବେଳେ ଝିଆରୀ ଗୁରୁତର ହୋଇ ଭବାନୀପାଟଣା ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ମୃତକ ହେଲେ ଲକ୍ଷେଶ୍ୱର ସାହା(୬୭)। ଗୁରୁତର ଝିଆରୀ ସୀତା ସାହା(୨୦)।

ମିଳିଥିବା ସୂଚନା ମୁତାବକ, ଲକ୍ଷେଶ୍ୱର ଗୁହାଳରେ କ୍ଷୀର ସଂଗ୍ରହ କରୁଥିଲେ। ସେତିକିବେଳେ ବିଦ୍ୟୁତ୍‌ ଖମ୍ବରୁ ଶର୍ଟ ସର୍କିଟ ହୋଇ ତାଙ୍କୁ କରେଣ୍ଟ ଲାଗିଥିଲା। ଫଳରେ ସେ ଚେତାଶୂନ୍ୟ ହୋଇ ତଳେ ପଡି ଯାଇଥିଲେ। ଏହା ଦେଖି ଝିଆରୀ ସୀତା ତାଙ୍କୁ ବଞ୍ଚାଇବାକୁ ଉଦ୍ୟମ କରିଥିବା ବେଳେ ସେ ମଧ୍ୟ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଉଭୟଙ୍କୁ ଉଦ୍ଧାର କରି କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। ସେଠାରେ ଡାକ୍ତର ଲକ୍ଷେଶ୍ୱରଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ସୀତାଙ୍କୁ ଭବାନୀପାଟଣା ସ୍ଥାନାନ୍ତରିତ କରାଯାଇଛି।

ଅନ୍ୟପକ୍ଷେ ଲକ୍ଷେଶ୍ୱରଙ୍କ ପୁତୁରା ସୁନ୍ଦରମନ ସାହା ବିଦ୍ୟୁତ୍‌ ବିଭାଗର ଅବହେଲା ଯୋଗୁ ଏଭଳି ଅଘଟଣ ଘଟିଛି ବୋଲି କେସିଙ୍ଗା ଆଦର୍ଶ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ଆଇଆଇସି ଜିତେନ୍ଦ୍ର ବିଶ୍ବାଳଙ୍କୁ ପଚାରିବାରୁ ଘଟଣା ସଂକ୍ରାନ୍ତରେ ଟିଟିଲାଗଡ଼ ଥାନାକୁ ଜଣାଇ ଦିଆଯାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା(ନଂ.22/25) ରୁଜୁ ହୋଇଥିବା ସେ କହିଛନ୍ତି। ଟିଟିଲାଗଡ଼ ପୋଲିସ ଘଟଣାର ତଦନ୍ତ କରିବ ବୋଲି ଆଇଆଇସି ବିଶ୍ବାଳ ପ୍ରକାଶ କରିଥିଲେ। କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସିବେ ରାଷ୍ଟ୍ରପତି, ଜନ୍ମଦିନରେ ଯିବେ ଶାଶୁଘର

ବାରିପଦା, ୧୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି। ୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri