ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ଛକ ନିକଟରେ ଦୁର୍ଘଟଣା: ଜଣେ ମୃତ, ଶିକ୍ଷକ

ଦିଗପହଣ୍ଡି, ୨୫|୧୦(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଥାନା ଅର୍ନ୍ତଗତ ପଦ୍ମନାଭପୁର ରାସ୍ତା ଏବଂ ଦିଗପହଣ୍ଡି – ଘୋଡାହାଡ ଡ଼୍ୟାମ  ଛକ ନିକଟରେ  ପୃଥକ୍ ଦୁର୍ଘଟଣା ଘଟି ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଜଣେ ଶିକ୍ଷକ ଗୁରୁତର ଆହତ ହୋଇଥିବା ଜଣାପଡିଛି। ପଦ୍ମନାଭପୁର ରାସ୍ତାର ଗୁପ୍ତେଶ୍ୱର ମନ୍ଦିର ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ବାଇକ ନଂ. (ଓଡି୦୭ ଏଟି ୭୫୫୫) ଧକ୍କାରେ ଦିଗପହଣ୍ଡି ଚିକିଟିଆ ସାହିର କାଶୀନାଥ ଗୈାଡ(୫୮) ଙ୍କ ଚିକିତ୍ସାଧୀନ ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ମୃତ୍ୟୁ ହୋଇଥିବା ଜଣାପଡିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାରଲୋକଙ୍କୁ ହସ୍ତାନ୍ତର କରିଥିଲେ। କାଶୀନାଥଙ୍କ ଭାଇ ହରିକୃଷ୍ଣଙ୍କ ଏତଲା ଭିତ୍ତିରେ ପୋଲିସ ମାମଲା ନଂ. ୩୮୦/୨୫ ଅନୁଯାୟୀ ମକଦ୍ଦମା  ରୁଜୁ କରି ବାଇକ ଜବତ କରିବା ସହ ତଦନ୍ତ ଚଳାଇଛନ୍ତି। ସେହିଭଳି ଶନିବାର ସନ୍ଧ୍ୟାରେ ଦିଗପହଣ୍ଡି ନିକଟ ଘୋଡାହାଡ ଡ଼୍ୟାମ ଛକରେ ଏକ ଟିପ୍ପର ନଂ. (ଓଡି୦୯ ସି ୯୨୬୭) ଧକ୍କାରେ ଦିଗପହଣ୍ଡି ବଡବ୍ରାହ୍ମଣ ସାହିର ନୀଳମାଧବ ସାହୁ (୪୪) ଗୁରୁତର ଆହତ ହୋଇଛନ୍ତି। ସେ କରପଡା ନିକଟ କେ.କଲୋନି ବିଦ୍ୟାଳୟରେ ଶିକ୍ଷକତା କରୁଥିବା ଜଣାପଡ଼ିଛି।ତାଙ୍କୁ ପ୍ରଥମେ ଦିଗପହଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯିବା ପରେ ଅବସ୍ଥା ସଂକଟାପନ୍ନ ଥିବାରୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ଜି.ଉଦୟଗିରିରେ କଲବଲ କରୁଛି ହାଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ...

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ...

ସନ୍ଦେହ ଘେରରେ ଦାରିଙ୍ଗବାଡି ତାପମାପକ ଯନ୍ତ୍ର: ଜିଲାପାଳଙ୍କ ନିକଟରେ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଦାରିଙ୍ଗବାଡି, ୧୧।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ଆଇଏମଡି ପକ୍ଷରୁ ରହିଥିବା ତାପମାପକ ଯନ୍ତ୍ର ତ୍ରୁଟି ରହିଥିବା ଗୋଟିଏ...

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri