ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ଛକ ନିକଟରେ ଦୁର୍ଘଟଣା: ଜଣେ ମୃତ, ଶିକ୍ଷକ

ଦିଗପହଣ୍ଡି, ୨୫|୧୦(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଥାନା ଅର୍ନ୍ତଗତ ପଦ୍ମନାଭପୁର ରାସ୍ତା ଏବଂ ଦିଗପହଣ୍ଡି – ଘୋଡାହାଡ ଡ଼୍ୟାମ  ଛକ ନିକଟରେ  ପୃଥକ୍ ଦୁର୍ଘଟଣା ଘଟି ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଜଣେ ଶିକ୍ଷକ ଗୁରୁତର ଆହତ ହୋଇଥିବା ଜଣାପଡିଛି। ପଦ୍ମନାଭପୁର ରାସ୍ତାର ଗୁପ୍ତେଶ୍ୱର ମନ୍ଦିର ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ବାଇକ ନଂ. (ଓଡି୦୭ ଏଟି ୭୫୫୫) ଧକ୍କାରେ ଦିଗପହଣ୍ଡି ଚିକିଟିଆ ସାହିର କାଶୀନାଥ ଗୈାଡ(୫୮) ଙ୍କ ଚିକିତ୍ସାଧୀନ ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ମୃତ୍ୟୁ ହୋଇଥିବା ଜଣାପଡିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପରିବାରଲୋକଙ୍କୁ ହସ୍ତାନ୍ତର କରିଥିଲେ। କାଶୀନାଥଙ୍କ ଭାଇ ହରିକୃଷ୍ଣଙ୍କ ଏତଲା ଭିତ୍ତିରେ ପୋଲିସ ମାମଲା ନଂ. ୩୮୦/୨୫ ଅନୁଯାୟୀ ମକଦ୍ଦମା  ରୁଜୁ କରି ବାଇକ ଜବତ କରିବା ସହ ତଦନ୍ତ ଚଳାଇଛନ୍ତି। ସେହିଭଳି ଶନିବାର ସନ୍ଧ୍ୟାରେ ଦିଗପହଣ୍ଡି ନିକଟ ଘୋଡାହାଡ ଡ଼୍ୟାମ ଛକରେ ଏକ ଟିପ୍ପର ନଂ. (ଓଡି୦୯ ସି ୯୨୬୭) ଧକ୍କାରେ ଦିଗପହଣ୍ଡି ବଡବ୍ରାହ୍ମଣ ସାହିର ନୀଳମାଧବ ସାହୁ (୪୪) ଗୁରୁତର ଆହତ ହୋଇଛନ୍ତି। ସେ କରପଡା ନିକଟ କେ.କଲୋନି ବିଦ୍ୟାଳୟରେ ଶିକ୍ଷକତା କରୁଥିବା ଜଣାପଡ଼ିଛି।ତାଙ୍କୁ ପ୍ରଥମେ ଦିଗପହଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯିବା ପରେ ଅବସ୍ଥା ସଂକଟାପନ୍ନ ଥିବାରୁ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?