ବସ ଧକ୍କାରେ ଜଣେ ମୃତ, ଦୁଇ ଗୁରୁତର, ବଲାଙ୍ଗୀର-ସୋନପୁର ଜାତୀୟ ରାଜପଥ ଅବରୋଧ କଲେ ଉତ୍ତେଜିତ ଲୋକ

ବଲାଙ୍ଗୀର ଅଫିସ,୯।୫: ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ଗଇଁତଲା ତହସିଲ ଅଫିସ ସମ୍ମୁଖରେ ଏକ ବସ ଧକ୍କାରେ ମୋଟର ସାଇକେଲରେ ବସିଥିବା ଜଣେ ଝିଅ ଘଟଣା ସ୍ଥଳରେ ମୃତ୍ୟୁ ବରଣ କରିଛନ୍ତି। ମୋଟର ସାଇକେଲ୍‌ରେ ବସିଥିବା ମୃତ ଝିଅର ବାପା ଓ ଭଉଣୀ ଗୁରୁତର ଆହତ ହୋଇଛନ୍ତି । ମୃତ ଝିଅର ଜଣକ ହେଲେ ରେଖା ପାଣ୍ଡେ (୧୪)। ପୁଇଁତଲା ଥାନା
ଅନ୍ତର୍ଗତ ବ୍ରାହ୍ମଣୀପାଲି ଗାଁର ବୀଣା ପାଣ୍ଡେ ତାଙ୍କର ଦୁଇ ଝିଅ ଶିଖା ଓ ରେଖାଙ୍କୁ ଧରି ପୁଇଁତଲା ତହସିଲ ଅଫିସକୁ ଝିଅଙ୍କ ଆଧାର କାର୍ଡ ସୁଧାରିବାକୁ ଯାଉଥିଲେ । ସେଠାରୁ ମୋଟର ସାଇକେଲରେ ଫେରୁଥିବା ବେଳେ ସୋନପୁର ପଟରୁ ବଲାଙ୍ଗୀର ଆସୁଥିବା ଗଣପତି ବସ୍‌ ମୋଟର ସାଇକେଲକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ରେଖାଙ୍କ ପ୍ରାଣବାୟୁ ଚାଲିଯାଇଥିଲା । ଗୁରୁତର ବାପା ବୀଣା ଓ ଝିଅ ଶିଖାଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ଗଣପତି ବସ୍‌ ବାରମ୍ବାର ଦୁର୍ଘଟଣା ଘଟାଉଥିବାରୁ ରୁଟ୍‌ ଅନୁମତି ରଦ୍ଦ କରିବା ଏବଂ ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା କ୍ଷତିପୂରଣ ଦାବିରେ ଦୀର୍ଘ ସମୟ ଧରି ଜାତୀୟ ରାଜପଥ ଅବରୋଧ କରିଛନ୍ତି । ପୁଇଁତଲା ବ୍ଳକ ଅଧ୍ୟକ୍ଷ ସରୋଜ କୁମାର ପ୍ରଧାନ ଓ ପୁଇଁତଲା ଥାନା ପୋଲିସ ଲୋକମାନଙ୍କୁ ବୁଝାସୁଝା କରୁଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri