ସଡ଼କ ଦୁର୍ଘଟଣାରେ ଜଣେ ମୃତ, ଦୁଇ ଗୁରୁତର

ଛତ୍ରପୁର,୨୩ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଗୋବିନ୍ଦପୁର ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।

ମୃତକ ଜଣକ ହେଲେ ରାଜପୁର ଗ୍ରାମର କୃତ୍ତିବାସ ମୁଦୁଲି (ରାଜା)। ସୂଚନା ଅନୁଯାୟୀ, ତିନିଜଣ ଏକ ବାଇକରେ ବ୍ରହ୍ମପୁର ଅଭିମୁଖେ ଯାଉଥିବା ସମୟରେ ଭାରସାମ୍ୟ ହରାଇ ରାସ୍ତାରେ ପଡ଼ିଯାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ।

ସେମାନଙ୍କୁ ତୁରନ୍ତ ବ୍ରହ୍ମପୁର ମେଡିକାଲକୁ ଅଣାଯାଇଥିଲା, କିନ୍ତୁ ଡାକ୍ତର ରାଜାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ନେଇ ଚମାଖଣ୍ଡି ଥାନାରେ ଏକ ମାମଲା (କେସ୍ ନମ୍ବର 479/2025) ରୁଜୁ ହୋଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Share