ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ବାଇକ୍ ଚାଳକ ପ୍ରାଣ ହରାଇଛନ୍ତି । ମୃତକ ହେଲେ ଜାମପଲ୍ଲୀର ଚନ୍ଦନ ଗୌଡ(୧୯)।

ଅନ୍ୟପଟେ ସାଇକେଲ ଚାଳକ ଆହତ ହୋଇ ଭଞ୍ଜନଗର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଖବରପାଇ ଭଞ୍ଜନଗର ପୋଲିସ ଘଟଣ ସ୍ଥଳରେ ପହଞ୍ଚି ଶବକୁ ଜବତ କରି ବ୍ୟବଛେଦ ପାଇଁ ପଠାଇ ଦେଇଛି । ମୃତ ଯୁବକ ଜଣକ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଡ୍ରାଇଭର ବାବୁଲା ଗୌଡଙ୍କ ପୁତ୍ର ଅଟନ୍ତି । ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି।

ଘଟଣାରୁ ପ୍ରକାଶ ଯେ ଆଜି ଅପରାହ୍ନରେ ଚନ୍ଦନ ଚକରାଘାଟି ବୁଲିଯିବାକୁ ବାହାରିଥିଲେ। ନିଜ ଗ୍ରାମ ଠାରୁ ମାତ୍ର ୧ କିମି ଦୂର ତୁଲସୀପଲ୍ଲୀ ଠାରେ ଚନ୍ଦନ ବାଇକ୍ ଆଗକୁ ହଠାତ୍ ଜଣେ ସାଇକେଲ ଚାଳକ ଚାଲି ଆସିଥିଲେ। ଫଳରେ ଉଭୟ ଆହତ ହୋଇଥିଲେ। ଏହାପରେ ସେମାନଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ମେଡିକାଲରେ ଚନ୍ଦନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ସାଇକେଲ ଚାଳକ ଜଣକ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?