ଟ୍ରଲର-ବାଇକ୍‌ ଧକ୍କା: ୨୦ ଘଣ୍ଟା ପରେ ରାସ୍ତାରୁ ଉଠିଲା ମୃତଦେହ

ତେନ୍ତୁଳିଖୁଣ୍ଟି, ୮।୧୨ (ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ା ଥାନା ଅଞ୍ଚଳ ଆଉଁଳିଗୁମ୍ମା ଛକ ନିକଟରେ ଏକ ଟ୍ରଲର ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୟପୁର ନିକଟ ବଡ଼ଯିଉନି ଗ୍ରାମର ରବି ନାରାୟଣ ପାତ୍ର।

ମୃତକଙ୍କ ପରିବାରକୁ କ୍ଷତିପୂରଣ ଏବଂ ଦୁର୍ଘଟଣା ଘଟାଇଥିବା ଗାଡିର ଡ୍ରାଇଭରଙ୍କୁ ଗିରଫ ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଉପରେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ଥାନା ଅଧିକାରୀ ହରିଶ ଗୋଲୋରି ଦିନ ତମାମ ଆନ୍ଦୋଳନକାରୀଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଥିଲେ।

ପରେ ତହସିଲଦାର ରାଜ କିଶୋର ପଟ୍ଟନାୟକ ଧାରଣାସ୍ଥଳକୁ ଯାଇ ବୁଝାଇବା ସହ ରେଡକ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା ଓ ମୃତଦେହ ନେବା ପାଇଁ ମହାପ୍ରୟାଣ ଗାଡ଼ି ବ୍ୟବସ୍ଥା କରିଥିଲେ। ୨୦ ଘଣ୍ଟାର କସରତ ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।

୮ ଦିନ ମଧ୍ୟରେ କମ୍ପାନୀ ତରଫରୁ କ୍ଷତିପୂରଣ ନ ଦିଆଗଲେ ପୁଣି ରାଜରାସ୍ତାକୁ ଓହ୍ଲାଇବେ ବୋଲି ପରିବାର ବର୍ଗ କହିଛନ୍ତି । ଏ ନେଇ ଥାନାରେ କେସ୍‌ ନମ୍ବର ୧୬୭ ରେ ମାମଲା ରୁଜୁ ହୋଇଛି। ପାରିପାଶର୍‌ବିକ ସ୍ଥିତିକୁ ସମୀକ୍ଷା କଲେ ପ୍ରାଥମିକ ଭାବେ ରାସ୍ତାରେ ମେଟାଲବିଛାଇବା ଯୋଗୁ ଦୁର୍ଘଟଣା ଘଟିଥିବା ଅନୁମେୟ ହେଉଛି।ଟେଣ୍ଡର ପ୍ରକ୍ରିୟା ସରିଯାଇଥିବାରୁ ତୁରନ୍ତ ରାସ୍ତା କାର୍ଯ୍ୟ ଆରମ୍ଭ କରିବାକୁ ଦାବି ହେଉଛି। ଏହାସହିତ ମେଗା ଜଳ ଯୋଗାଣ ପ୍ରକଳ୍ପ ପାଇପ୍‌ ବିଛାଇବା ନାମରେ ରାସ୍ତା ନଷ୍ଟ କରିବାରୁ କ୍ଷାନ୍ତ ରହିବା ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri