ଠେଲାଗାଡ଼ି ଚାଳକଙ୍କ ଉପରେ ମାଡ଼ିଗଲା କଣ୍ଟେନର: ଉତ୍ତେଜନା

ରାୟଗଡ଼ା,୧୮।୪(ସ୍ବ.ପ୍ର.): ମଙ୍ଗଳବାର ଭୋରରେ ଜଣେ ଠେଲା ଚାଳକଙ୍କ ଉପରକୁ ଚଢ଼ିଗଲା କଣ୍ଟେନର। ରାଉରକେଲାରୁ ବିଶାଖାପାଟଣା ଯାଇଥିବା ଏକ କଣ୍ଟେନର ଭାରସାମ୍ୟ ହରାଇ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଛକ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏପରି କି କଣ୍ଟନରଟି ମାଛ ନେଇ ଆସୁଥିବା ଏକ ଠେଲା ଚାଳକଙ୍କ ଉପରେ ମାଡି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଠେଲା ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାୟଗଡ଼ା ଉପକଣ୍ଠ ନିକଟସ୍ଥ ଖଲିଗୁଡ଼ା ଗ୍ରାମର ବି.ପ୍ରକାଶ ରାଓ। ସେ ପ୍ରତିଦିନ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଛକ ନିକଟକୁ ମାଛ ବିକାଳିଙ୍କ ମାଛ ପହଞ୍ଚାଇଥାନ୍ତି।

ସୂଚନା ଅନୁଯାୟୀ ଦୁଇ ବର୍ଷ ତଳେ ତାଙ୍କ ସ୍ତ୍ରୀଙ୍କ ମଧ୍ୟ ଏକ ଦୁର୍ଘଟଣାର ଶିକାର ହୋଇ ବର୍ତ୍ତମାନ ସୁଦ୍ଧା ଚିକିତ୍ସାଧୀନ ଅଛନ୍ତି। ମୃତ ପ୍ରକାଶଙ୍କ ଦୁଇ ଝିଅ ଅଛନ୍ତି। ପ୍ରକାଶଙ୍କ ପରିବାର ଆର୍ଥିକ ସ୍ଥିତି ଦୁର୍ବଳ ରହିଥିବା ନେଇ ଖଲିଗୁଡ଼ା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି। ତେବେ ମୃତକଙ୍କ ପରିବାରକୁ ଆର୍ଥିକ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ଅଡି ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?