ଠେଲାଗାଡ଼ି ଚାଳକଙ୍କ ଉପରେ ମାଡ଼ିଗଲା କଣ୍ଟେନର: ଉତ୍ତେଜନା

ରାୟଗଡ଼ା,୧୮।୪(ସ୍ବ.ପ୍ର.): ମଙ୍ଗଳବାର ଭୋରରେ ଜଣେ ଠେଲା ଚାଳକଙ୍କ ଉପରକୁ ଚଢ଼ିଗଲା କଣ୍ଟେନର। ରାଉରକେଲାରୁ ବିଶାଖାପାଟଣା ଯାଇଥିବା ଏକ କଣ୍ଟେନର ଭାରସାମ୍ୟ ହରାଇ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଛକ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏପରି କି କଣ୍ଟନରଟି ମାଛ ନେଇ ଆସୁଥିବା ଏକ ଠେଲା ଚାଳକଙ୍କ ଉପରେ ମାଡି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଠେଲା ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାୟଗଡ଼ା ଉପକଣ୍ଠ ନିକଟସ୍ଥ ଖଲିଗୁଡ଼ା ଗ୍ରାମର ବି.ପ୍ରକାଶ ରାଓ। ସେ ପ୍ରତିଦିନ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଛକ ନିକଟକୁ ମାଛ ବିକାଳିଙ୍କ ମାଛ ପହଞ୍ଚାଇଥାନ୍ତି।

ସୂଚନା ଅନୁଯାୟୀ ଦୁଇ ବର୍ଷ ତଳେ ତାଙ୍କ ସ୍ତ୍ରୀଙ୍କ ମଧ୍ୟ ଏକ ଦୁର୍ଘଟଣାର ଶିକାର ହୋଇ ବର୍ତ୍ତମାନ ସୁଦ୍ଧା ଚିକିତ୍ସାଧୀନ ଅଛନ୍ତି। ମୃତ ପ୍ରକାଶଙ୍କ ଦୁଇ ଝିଅ ଅଛନ୍ତି। ପ୍ରକାଶଙ୍କ ପରିବାର ଆର୍ଥିକ ସ୍ଥିତି ଦୁର୍ବଳ ରହିଥିବା ନେଇ ଖଲିଗୁଡ଼ା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି। ତେବେ ମୃତକଙ୍କ ପରିବାରକୁ ଆର୍ଥିକ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ଅଡି ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri