ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ ଜାରି ରଖି ୩ ଜଣଙ୍କୁ ରବିବାର କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। କୋର୍ଟ ଚାଲାଣ ହୋଇଥିବା ୩ ଜଣଙ୍କ ମଧ୍ୟରେ ଜଣେ ନାବାଳକ ରହିଥିବା ବେଳେ ଅନ୍ୟ ଦୁଇଜଣ ହେଲେ କୃଷ୍ଣ ଗୁଣ୍ଠା, ଆଦୁ ହନ୍ତାଳ ଏବଂ ନାବାଳକ ସୁନିଲ ଖରା ପ୍ରମୁଖଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି।

ସୂଚନା ମୁତାବକ ମୃତ ଯୋଗୀ ଖରାଙ୍କ ବାପା ପଶୁପତି ଖରାଙ୍କ ଲିଖିତ ଅଭିଯୋଗ କ୍ରମେ ପୋଲିସ ଏକ କେସ ରୁଜ୍ଜୁ କରି ତଦନ୍ତ ଆରମ୍ଭ କରିଥିବା ବେଳେ ପଞ୍ଚାୟତ ସଦର ମହକୁମାର କିଛି ଲୋକଙ୍କୁ ସନ୍ଦେହ କରି ଉଠାଇ ଆଣି ପଚରାଉଚରା କରିଥିଲା। ଏହି ସମୟରେ ମୃତ ଯୋଗୀଙ୍କ ସାନ ଭାଇ ନାବାଳକ ସୁନିଲଙ୍କ କହିବା ଅନୁସାରେ ବାରହା ଶିକାର କରିବା ପାଇଁ ବିଦ୍ୟୁତ୍‌ ତାର ଯାଇଥିବା ସ୍ଥାନରେ ମୁଁ ଏବଂ ଅନ୍ୟ ଦୁଇ ଜଣ ଫାଶ ପକାଇଥିଲୁ କିନ୍ତୁ ଘଟଣା ଘଟିବା ଦିନ ଭୋର ସକାଳୁ ବାର୍‌ହା ଶିକାର ପାଇଁ ପକା ଯାଇଥିବା ଫାଶ ସ୍ଥାନକୁ ଯାଇ ଦେଖିବାକୁ ପାଇଥିଲୁ କି ମୋର ନିଜ ବଡ଼ ଭାଇ ଉକ୍ତ ଫାଶରେ ଫସିଯାଇଛି । ଏହା ଦେଖି ଭାଇକୁ ଫାଶରୁ ବାହାର କରିବା ପୂର୍ବରୁ ଭାଇ ମୃତ୍ୟୁବରଣ କରିଥିଲେ। ଯାହାଫଳରେ କି ମୃତ ଭାଇକୁ ଫାଶରୁ ବାହାର କରି ଘଟଣା ଘଟିଥିବା ସ୍ଥାନରୁ ପ୍ରାୟ ୫୦ ମିଟର୍‌ ଦୂରରେ ପକାଇ ଦେଇଥିଲୁ ବୋଲି ପୋଲିସ ନିକଟରେ ପ୍ରକାଶ କରିଥିଲେ।

ସୁନିଲଙ୍କ ସୂଚନା ଆଧାରରେ କୃଷ୍ଣ ଏବଂ ଆଦୁ ଦୁହିଁଙ୍କୁ ଉଠାଇ ଆଣି ପୋଲିସ ଅଧିକରୁ ଅଧିକ ତଦନ୍ତ ଆରମ୍ଭ କରିଥିଲା। ଏଥିରେ ପୋଲିସ ମୃତ ଯୁବକଙ୍କ ବାପା ଠାରୁ ଏବଂ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଦୁଇଟି ଲିଖିତ ଅଭିଯୋଗ ଗ୍ରହଣ କରି କେସ୍‌ ନଂ ୫୦/୨୬ ଅନୁସାରେ ତଦନ୍ତ ଜାରି ରଖିଥିଲା। ଅନ୍ୟପକ୍ଷରେ ଉକ୍ତ ଘଟଣାରେ ଆଉ କିଏ ସଂପୃକ୍ତ ଅଛନ୍ତି ସେନେଇ ମଧ୍ୟ ପୋଲିସ ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri