ପାଣି ପମ୍ପ ଲଗାଉଥିବା ବେଳେ ବିଦ୍ୟୁତ ଆଘାତରେ ଜଣେ ମୃତ

ପରଜଙ୍ଗ,୨୪।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଆଳୁ ପଞ୍ଚାୟତ ପରମହଂସ ପୁର ଗ୍ରାମରେ ବିଦ୍ୟୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ମୁତାବକ ଗ୍ରାମର ପିକୁନୁ ସାହୁ(୩୩) ମଙ୍ଗଳବାର ସକାଳ ୮ ଟା ବେଳେ ନିଜ ବାଡ଼ିରେ ଥିବା କୂଅରେ ବିଦ୍ୟୁତ ଚାଳିତ ପାଣି ପମ୍ପ ଲଗାଉ ଥିବା ବେଳେ ପମ୍ପକୁ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ଏପଟେ ମାଟି ଉଦା ଥିବାରୁ ବିଦ୍ୟୁତ ତାର ଲାଗିରହିଥିବା ବେଳେ ତୁରନ୍ତ ପରିବାର ଲୋକ ଦେଖି ଲାଇନ କାଟି ତାଙ୍କୁ ତାଳଚେର ମଣ୍ଡାପାଳ ଚିକିତ୍ସାଲୟରେ ଭର୍ତ୍ତି କରିଥିଲେ, କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ଖବର ପାଇଁ ମେଡିକାଲ ରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛନ୍ତି । ତାଙ୍କ ମୃତ୍ୟୁରେ ଗ୍ରାମରେ ଶୋକାକୋଳ ପରିବେଶ ସୃଷ୍ଟି ହୋଇଛି । ତାଙ୍କ ମୃତ୍ୟୁରେ କୁଆଳୁ ସରପଞ୍ଚ ଅଜିତି କୁମାର ସାହୁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri