Posted inଜାତୀୟ

୨ ଯୁବତୀଙ୍କ ଉପରେ ମାଡ଼ିଗଲା ପୋଲିସ ଭ୍ୟାନ୍‌

ଜଳନ୍ଧର, ୧୮।୧୦: ପଞ୍ଜାବର ଜଳନ୍ଧର ସହରରେ ସୋମବାର ପୋଲିସ ଭ୍ୟାନ୍‌ ମାଡ଼ିଯାଇ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ସହ ସ୍ଥାନୀୟ ଲୋକେ ଜଳନ୍ଧର-ଫଗଓ୍ବାରା ଜାତୀୟ ରାଜପଥ ଅବରୋଧ କରିଥିଲେ। ଗାଡ଼ି ଚଳାଉଥିବା ପୋଲିସ ଇନ୍‌ସ୍ପେକ୍ଟରଙ୍କୁ ଗିରଫ କରାଯାଇଛି। ସିସିଟିଭି କ୍ୟାମେରାରେ ଉକ୍ତ ହିଟ୍‌ ଆଣ୍ଡ ରନ୍‌ ଦୃଶ୍ୟ କଏଦ ହୋଇଛି।

ରିପୋର୍ଟ ଅନୁଯାୟୀ ଦୁଇଜଣ ଯୁବତୀ ରାସ୍ତା ପାର ହେବା ପାଇଁ ଜଳନ୍ଧର କ୍ୟାଣ୍ଟନମେଣ୍ଟ ଅଞ୍ଚଳର ଏକ ରୋଡ୍‌ ଡିଭାଇଡରରେ ଛିଡ଼ା ହୋଇଥିଲେ। ସେତିକି ବେଳେ ଏକ ଧଳା ରଙ୍ଗର କାର ସେମାନଙ୍କ ଆଡ଼କୁ ଦ୍ରୁତ ବେଗରେ ମାଡ଼ିଆସି ଧକ୍କା ଦେଇ ଚାଲିଯାଇଥିଲା। କାର୍‌ ଶୋ’ରୁମ୍‌ରେ କାର୍ଯ୍ୟ କରୁଥିବା ନବଜୋତ୍‌ କୌରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଯୁବତୀ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ପୋଲିସ ଇନ୍ସପେକ୍ଟର ଅମ୍ରିତ୍‌ ପାଲ୍‌ ସିଂ ଉକ୍ତ ଗାଡ଼ି ଚଳାଉଥିଲେ। ତାଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ପାଇଁ ନବଜୋତ୍‌ଙ୍କ ମାଆ ତେଜିନ୍ଦର କୌର ଦାବି କରିଛନ୍ତି। ଅମ୍ରିତଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ନ ହେବା ପର୍ଯ୍ୟନ୍ତ ରାଜପଥରୁ ଅବରୋଧ ହଟିବ ନାହିଁ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ରାସ୍ତା ଅବରୋଧ ଯୋଗୁ ସହରର ବିଭିନ୍ନ ସ୍ଥାନରେ ପ୍ରବଳ ଟ୍ରାଫିକ୍‌ ଜାମ ହୋଇଥିଲା। କାରରେ ଇନ୍‌ସ୍ପେକ୍ଟର ଅମ୍ରିତ ଏକା ଥିଲେ ଓ ତାଙ୍କୁ ଗିରଫ କରାଯାଇଛି ବୋଲି ଜଳନ୍ଧର ଏଡିସିପି ସୁହେଲ ମିର୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?