ହାଟକୁ ବାଇଗଣ ବିକିବାକୁ ଯାଉଥିଲେ, ବାଟରେ ଛକିଥିଲା ଯମ, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା…

ବଲାଙ୍ଗୀର, ୧୩।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁଷୁରାଗୁଡ଼ଭେଲା ମୁଖ୍ୟ ରାସ୍ତାର ଡୁଙ୍ଗୁରିପାଲି ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଚାଷୀଙ୍କର ଅକାଳ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହେଲେ ଗୁଡ଼ଭେଲା ବ୍ଲକ କେନ୍ଦୁପଦର ଗ୍ରାମର ଶଙ୍କର ମଲ୍ଲିକ (୫୩)।

ସୂଚନା ଅନୁଯାୟୀ, ଶଙ୍କର ଜଣେ ଗରିବ ଚାଷୀ। ଆଜି ଶୁକ୍ରବାର ତୁଷୁରା ସାପ୍ତାହିକ ହାଟ ହେଉଥିବାରୁ ସେ ନିଜ ଚାଷ ଜମିରୁ ତାଜା ବାଇଗଣ ତୋଳି ଏକ ଗାଡ଼ି ଯୋଗେ ବିକ୍ରି କରିବାକୁ ବଜାର ଅଭିମୁଖେ ବାହାରିଥିଲେ। ମାତ୍ର ଦୁଙ୍ଗୁରିପାଲି ନିକଟରେ ଏକ ଦ୍ରୁତଗାମୀ ଅଜଣା ଗାଡ଼ି ତାଙ୍କୁ ପଛପଟୁ ଶକ୍ତ ଧକ୍କା ଦେଇ ଫେରାର ହୋଇଯାଇଥିଲା। ଧକ୍କା ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା।

ଦୁର୍ଘଟଣା ସମ୍ପର୍କରେ ଖବରପାଇ ତୁଷୁରା ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲା। ଏହାପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ହସପିଟାଲକୁ ପଠାଯାଇଥିଲା। ଆଜି ଅପରାହ୍ନରେ ବ୍ୟବଚ୍ଛେଦ ଶେଷ ହେବା ପରେ ମୃତଦେହକୁ ଶୋକାକୁଳ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

ମୃତ ଶଙ୍କର ମଲ୍ଲିକ ପରିବାରର ଏକମାତ୍ର ରୋଜଗାରିଆ ବ୍ୟକ୍ତି ଥିଲେ। ସେ ଅତି ଗରିବ ଶ୍ରେଣୀର ହୋଇଥିବାରୁ, ତାଙ୍କ ପରିବାରକୁ ଉପଯୁକ୍ତ ସରକାରୀ ସହାୟତା ଏବଂ କ୍ଷତିପୂରଣ ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏହି ଘଟଣାରେ ତୁଷୁରା ଥାନା ଅଧିକାରୀ ମନୋଜ ପ୍ରଧାନଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ଏକ ମାମଲା ରୁଜୁ କରି ଫେରାର ଗାଡ଼ିର ସନ୍ଧାନ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?