ହାତୀ ଆକ୍ରମଣରେ ଜଣେ ବନ କର୍ମଚାରୀ ମୃତ, ୨ ଗୁରୁତର

ବଲାଙ୍ଗୀର, ୧ା୧୨ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଞ୍ଜ ଅନ୍ତର୍ଗତ ଢୋଲମାନ୍ଦଲ ସେକ୍‌ସନର ବାନ୍ଧନପାଲି ଗାଁ ନିକଟରେ ରବିବାର ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ବନ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଦୁଇ ବନ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ମୃତ ବନ କର୍ମଚାରୀ ହେଲେ ରୂପେଶ ଛତ୍ରିଆ। ଦୁଇ ଗୁରୁତର ବନ କର୍ମଚାରୀ ହେଲେ ପ୍ରଶାନ୍ତ ନାୟକ ଏବଂ ତାରେଶ୍ୱର ରଣା। ଏହି ଦୁଇ ବନ କର୍ମଚାରୀ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ବାନ୍ଧନପାଲି ଅଞ୍ଚଳରେ ଏକ ଦନ୍ତାହାତୀ ବୁଲୁଥିବା ଖବର ପାଇବା ପରେ ସକାଳେ କଣ୍ଟାବାଞ୍ଜି, ବଙ୍ଗୋମୁଣ୍ଡା ଓ ଲାଠୋର ରେଞ୍ଜର ବନ କର୍ମଚାରୀମାନେ ହାତୀ ଟ୍ରାକିଂ କରୁଥିଲେ। ଜଙ୍ଗଲ ଭିତରେ ଟ୍ରାକିଂ କରୁଥିବାବେଳେ ସେମାନେ ହଠାତ୍‌ ଦନ୍ତାହାତୀ ସହ ମୁହଁାମୁହିଁ ହୋଇଥିଲେ। ଦନ୍ତାଟି ପ୍ରୋଟେକଶନ୍‌ ସ୍କ୍ବାଡ୍‌ ଉପରେ ଆକ୍ରମଣ କରିଥିଲା। ଏଥିରେ ରୂପେଶ, ପ୍ରଶାନ୍ତ ଓ ତାରେଶ୍ୱର ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ପ୍ରଥମେ କଣ୍ଟାବାଞ୍ଜି ହସ୍ପିଟାଲ ଓ ପରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଅଣାଯାଇଥିଲା।

ରୂପେଶଙ୍କ ଜଘଂ ଓ ଛାତି ଉପରେ ଦନ୍ତା ଆକ୍ରମଣ କରିଥିବାରୁ ସେ ଅତି ଗୁରୁତର ହୋଇପଡିଥିଲେ। ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ବଲାଙ୍ଗୀର ବନଖଣ୍ଡ ଅଧିକାରୀ ସୁଦର୍ଶନ ବେହେରା ଓ ଅନ୍ୟ ବନ ଅଧିକାରୀ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ପହଞ୍ଚତ୍ଥିଲେ। ଦୁଇ ଗୁରୁତର କର୍ମଚାରୀଙ୍କୁ ଉତ୍ତମ ଚିକିତ୍ସା ଦେବାକୁ ଜୋର ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନଘାଟ ଯିବାକୁ ମିଳିଲାନି ରାସ୍ତା, ରୋଡ୍ ଉପରେ ଅନ୍ତିମ ସଂସ୍କାର କଲେ ପରିବାର

ପାଟନା,୩୦ା୧: ବିହାରର ବୈଶାଳୀରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ସୁରକ୍ଷିତ ରାସ୍ତା ନ ପାଇ କ୍ରୋଧିତ ମହାଦଳିତ ପରିବାର ରାସ୍ତାରେ ଜଣେ ବୃଦ୍ଧା ମହିଳାଙ୍କ…

ମନ୍ତ୍ରୀଙ୍କ ବାସଭବନରେ ସହାୟକଙ୍କ ମୃତ୍ୟୁ, ସପରିବାର ସହ…

ଭୁବନେଶ୍ୱର,୩୦ା୧: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନରେ ସହାୟକ ଶଙ୍କର୍ଷଣ ନାଗଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବଲାଙ୍ଗୀର ଜିଲାର। ବିଦ୍ୟୁତ ଆଘାତରେ ସହାୟକଙ୍କ…

ଘରେ ପଶି ଚୋରି କରୁଥିଲେ ବାପପୁଅ, ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କଲା ଟାଉନ ପୋଲିସ

ବଲାଙ୍ଗୀର, ୩୦।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସିରିଜ ଚୋରି ଓ ଲୁଟ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବାପପୁଅଙ୍କୁ ବଲାଙ୍ଗୀର ଟାଉନ ଥାନା ପୋଲିସ ଗିରଫ କରି…

ଆକ୍ଟିଭ୍‌ ହେଲା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ, ଜାଣନ୍ତୁ କାହିଁକି ହୋଇଥିଲା ଡିଆକ୍ଟିଭେଟ୍‌

ନୂଆଦିଲ୍ଲୀ,୩୦।୧: ହଠାତ୍‌ ଗାଏବ ହୋଇଯାଇଥିବା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ପୁଣିଥରେ ଆକ୍ଟିଭ୍‌ ହୋଇଛି। କୋହଲି ତାଙ୍କ ଆକାଉଣ୍ଟ ଡିଆଆଷ୍ଟିଭେଟ୍‌ କରିଦେଇଥିବା ପ୍ରଶଂସକ ଭାବୁଥିଲେ। କିନ୍ତୁ ଏହା…

ମହେନ୍ଦ୍ର ସିଂହ ଧୋନିଙ୍କୁ ହଠାତ ଭେଟିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ରାଜନୈତିକ ମହଲରେ ଖୁବ ଚର୍ଚ୍ଚା

ରାଞ୍ଚି,୩୦।୧: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ହଠାତ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ମୁଖ୍ୟମନ୍ତ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ…

ଜେଲ୍ ଭିତରେ ପ୍ରେମିକର ଜନ୍ମଦିନ ପାଳନ: ଭାଇରାଲ ହେଲା ଯୁବତୀଙ୍କ ‘ରିଲ୍ସ’

ନୂଆଦିଲ୍ଲୀ,୩୦।୧: ଛତିଶଗଡ଼ର ସବୁଠାରୁ ସୁରକ୍ଷିତ ଜେଲ୍‌ରୁ ଏକ ଚିନ୍ତାଜନକ ଦୃଶ୍ୟ ସାମ୍ନାକୁ ଆସିଛି। ଜଣେ ଯୁବତୀ ଜେଲ୍ ଭିତରେ ପଶି ନିଜ ପ୍ରେମିକକୁ ଭେଟିବା ସହ ସେଠାରେ…

ମହୁଲରୁ ହେବ ମୃଦୁପାନୀୟ, ଏନ୍‌ଆଇଟି-ଓର୍‌ମାସ୍‌ ମଧ୍ୟରେ ଏମ୍‌ଓୟୁ

ରାଉରକେଲା,୩୦।୧(ସଙ୍ଗୀତା ଜେନା): ଜଙ୍ଗଲଜାତ ଦ୍ରବ୍ୟ ମହୁଆ ବା ମହୁଲରୁ ଦେଶୀମଦ ତିଆରି ହେଉଥିଲା। ହେଲେ ଦିନକୁ ଦିନ ଜ୍ଞାନକୌଶଳ ବିକଶିତ ହେବା ପରେ ଏହି ଜଙ୍ଗଲଜାତ ଦ୍ରବ୍ୟରୁ…

ଶେଷ ହେଲା ରୁଷିଆ-ୟୁକ୍ରେନ ଯୁଦ୍ଧ? ଯୁଦ୍ଧବିରତିକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦।୧: ୟୁକ୍ରେନରେ ଚାଲିଥିବା ଯୁଦ୍ଧ ଏବଂ ପ୍ରବଳ ଥଣ୍ଡା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମାନବିକତା ଆଧାରରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri