Posted inଜାତୀୟ

ମୋଦି କ୍ୟାବିନେଟରେ ଏନ୍‌ଡିଏର ଜଣେ

ନୂଆଦିଲ୍ଲୀ,୧୨ା୧୦: ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ପ୍ରତିଷ୍ଠାତା ରାମବିଲାସ ପାଶ୍ୱାନଙ୍କ ପରଲୋକ ପରେ କେନ୍ଦ୍ର ସରକାରରେ ଏବେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ର ମାତ୍ର ଗୋଟିଏ ସହଯୋଗୀ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟରେ ଶାସକ ମେଣ୍ଟର ଅଂଶୀଦାର ଦଳଗୁଡ଼ିକ ମଧ୍ୟରୁ କେବଳ ରିପବ୍ଲିକାନ୍‌ ପାର୍ଟି ଅଫ୍‌ ଇଣ୍ଡିଆ (ଆର୍‌ପିଆଇ) ଅଧ୍ୟକ୍ଷ ରାମଦାସ ଅଠାଓ୍ବଲେ ମନ୍ତ୍ରୀ ଭାବେ ରହିଛନ୍ତି। ମୋଦି ୨.୦ ସରକାରରେ ଅଠାଓ୍ବଲେଙ୍କୁ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ରାଷ୍ଟ୍ରମନ୍ତ୍ରୀ କରାଯାଇଛି। ଭାଜପାର ଅନ୍ୟ କୌଣସି ସହଯୋଗୀ ଦଳର କେହି ନେତା ବର୍ତ୍ତମାନ ଏନ୍‌ଡିଏ ସରକାରରେ ମନ୍ତ୍ରୀପଦରେ ନାହାନ୍ତି।
ପୂର୍ବରୁ ଏନ୍‌ଡିଏ ସରକାରରେ ମନ୍ତ୍ରୀ ଥିବା ଶିବସେନାର ଅରବିନ୍ଦ ସାଓ୍ବନ୍ତ ଓ ଶିରୋମଣୀ ଅକାଳୀ ଦଳ (ଏସ୍‌ଏଡି)ର ହରସିମରତ କୌର ବାଦଲ ଇସ୍ତଫା ଦେଇଥିଲେ। ଗତବର୍ଷ ଶେଷ ଆଡ଼କୁ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ବିବାଦ ଉପୁଜିବା ପରେ ଶିବସେନା ଏନ୍‌ଡିଏ ଛାଡ଼ିଥିବାବେଳେ ନିକଟରେ ବିବାଦୀୟ କୃଷି ବିଲ୍‌କୁ ବିରୋଧ କରି ଅକାଳୀ ଦଳ ଶାସକ ମେଣ୍ଟରୁ ଓହରିଯାଇଥିଲା। ଏନ୍‌ଡିଏର ଅନ୍ୟତମ ସହଯୋଗୀ ସଂଯୁକ୍ତ ଜନତା ଦଳ (ଜେଡିୟୁ) ମୂଳରୁ ସରକାର ବାହାରେ ରହିଛି। କେବଳ ବିହାରରେ କ୍ଷମତାରେ ରହିବା ପାଇଁ ନୀତୀଶ କୁମାରଙ୍କ ଦଳ ଏହି ମେଣ୍ଟରେ ସାମିଲ ହୋଇଥିବା କୁହାଯାଉଛି।
ପ୍ରଧାନମନ୍ତ୍ରୀଙ୍କୁ ବାଦ୍‌ଦେଲେ ତାଙ୍କ କ୍ୟାବିନେଟରେ ମୋଟ ୫୭ ଜଣ ସଦସ୍ୟ ଅଛନ୍ତି। ୨୦୧୯ ମେ ୩୦ରେ କେନ୍ଦ୍ର ମନ୍ତ୍ରୀ ପରିଷଦର ସଦସ୍ୟମାନେ ଶପଥ ନେଇଥିଲେ। ୨୪ କ୍ୟାବିନେଟ ମନ୍ତ୍ରୀ, ୯ ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ ପାହ୍ୟା) ଓ ୨୪ ରାଷ୍ଟ୍ରମନ୍ତ୍ରୀ ଥିଲେ। ସାଓ୍ବନ୍ତ ଓ ହରସିମରତଙ୍କ ଇସ୍ତଫା ଏବଂ ପାଶ୍ୱାନଙ୍କ ପରଲୋକ ପରେ କ୍ୟାବିନେଟ ମନ୍ତ୍ରୀଙ୍କ ସଂଖ୍ୟା ୨୧କୁ ଖସିଛି। ସେହିପରି ନିକଟରେ କରୋନା ସଂକ୍ରମିତ ହୋଇ ରେଳ ରାଷ୍ଟ୍ରମନ୍ତ୍ରୀ ସୁରେଶ ଅଙ୍ଗଡିଙ୍କ ଦେହାନ୍ତ ହେବା ପରେ ରାଷ୍ଟ୍ରମନ୍ତ୍ରୀଙ୍କ ସଂଖ୍ୟା ୨୩କୁ ହ୍ରାସ ପାଇଛି। ସମ୍ବିଧାନ ଅନୁସାରେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପ୍ରଧାନମନ୍ତ୍ରୀ ୮୦ ସଦସ୍ୟଙ୍କୁ ସାମିଲ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri