ରାମଲାଲାଙ୍କ ଦର୍ଶନ ପାଇଁ ଦିନକୁ ୪୦ରୁ ୫୦ କି.ମି ଚାଲିବାକୁ ପଡୁଥିଲା

ମାଲକାନଗିରି,୨୮।୧(ଦୁର୍ଯ୍ୟୋଧନ ପାତ୍ର): ଅଯୋଧ୍ୟା ରାମମନ୍ଦିର ପ୍ରତିଷ୍ଠା ଅବସରରେ ରାମଲାଲାଙ୍କୁ ଦର୍ଶନ କରିବା ପାଇଁ ୧୬୦୦ କି.ମି. ପଦଯାତ୍ରା କରି ରବିବାର ମାଲକାନଗିରି ଫେରିଛନ୍ତି ଦୁଇ ଶ୍ରଦ୍ଧାଳୁ। ସେମାନେ ହେଲେ ମାଲକାନଗିରି ସଦର ମହକୁମାର ଦିନେଶ ପଟ୍ଟନାୟକ ଏବଂ ଲୁଲୁ ଭାଇ। ଦୁହେଁ ମାଲକାନଗିରିରେ ପହଞ୍ଚିବ ପରେ ସୁଭାଷ ବୋଷ ଛକ ହନୁମାନ ମନ୍ଦିରଠାରେ ସହରବାସୀ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦେଇଛନ୍ତି। ଏହି ଅବସରରେ ଶତାଧିକ ମହିଳା ଏବଂ ପୁରୁଷ ବାଦ୍ୟ ଏବଂ ନୃତ୍ୟ ସହ ଦିନେଶ ଓ ଲୁଲୁଙ୍କୁ ହନୁମାନ ମନ୍ଦିରରୁ ରାମ ମନ୍ଦିର ପର୍ଯ୍ୟନ୍ତ ଦୁଇ କି.ମି. ଏକ ଶୋଭାଯାତ୍ରାରେ ପଛୋଟି ଆଣିଥିଲେ।

ରାମଲାଲାଙ୍କୁ ଦର୍ଶନ ପାଇଁ ଦିନେଶ ଓ ଲୁଲୁଙ୍କ ପ୍ରତିଦିନ ୪୦ରୁ ୫୦ କି.ମି ପଦଯାତ୍ରା କରି ବହୁ ବାଧାବିଘ୍ନ ସତ୍ତ୍ୱେ ଛତିଶଗଡ଼, ମଧ୍ୟପ୍ରଦେଶ ଦେଇ ଗତ ୨୧ ତାରିଖରେ ଅଯୋଧ୍ୟାରେ ପହଞ୍ଚି ଥିବା କହିଛନ୍ତି। ଏପରି କି ରାମଲାଲାଙ୍କୁ ଦର୍ଶନ କରିବାର ନିଆରା ଅନୁଭୁତି ଲୋକଙ୍କୁ କହିଥିଲେ। ଶୋଭାଯାତ୍ରାରେ ସମାଜୀକର୍ମୀ ଶ୍ରୀନିବାସ ରାଓ, ଶିକ୍ଷାବିତ ଶିବ ପ୍ରସାଦ କିର୍ତ୍ତନିଆଙ୍କ ସହ ଦଳଗତ ନିର୍ବିଶେଷରେ ବହୁ ସଂଖ୍ୟାରେ ରାମଭକ୍ତ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬,୬,୬,୬…, ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ଦାଜରେ ବ୍ୟାଟିଂ କଲେ ସଞ୍ଜୁ, ଷ୍ଟ୍ରାଇକ ରେଟ୍‌ ଦେଖି ଉଡ଼ିଯିବ ହୋସ

ନୂଆଦିଲ୍ଲୀ,୧୬।୯: ଆଫଗାନିସ୍ତାନ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚରେ ବ୍ୟାଟରେ ଜବରଦସ୍ତ ଜବାବ ଦେଇଛନ୍ତି ସଞ୍ଜୁ ସାମସନ। ପ୍ରଥମ ମ୍ୟାଚରେ ମାତ୍ର ୧୦ ରନ କରି ଆଉଟ ହୋଇଥିବା…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?