ଭୁବନେଶ୍ୱର, ୭ା୧୦(ଅସମାପିକା ସାହୁ): ଓଡ଼ିଶାରେ ୱାନ୍ ହେଲ୍ଥ କାର୍ଯ୍ୟକ୍ରମ ଆରମ୍ଭ ହେବ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍ଓ) ଦ୍ୱାରା ପ୍ରସ୍ତାବିତ ଏହି କାର୍ଯ୍ୟକ୍ରମକୁ ପାଇଲଟ ପ୍ରକଳ୍ପ ଆଧାରରେ ଓଡ଼ିଶାରେ କାର୍ଯ୍ୟକାରୀ କରାଯିବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି କାର୍ଯ୍ୟକ୍ରମ ଅଧୀନରେ ଜୁନୋଟିକ ଡିଜିଜ୍ ଅର୍ଥାତ୍ ଆନ୍ଥ୍ରାକ୍ସ, ରାବିଜ୍, ସ୍କ୍ରବ୍ ଟାଇଫସ, ନିପା ଭାଇରସ ଭଳି ପଶୁଠାରୁ ମଣିଷ ଶରୀରକୁ ଆସୁଥିବା ରୋଗର ମିଳିତ ମୁକାବିଲା କରାଯିବ। ସ୍ବାସ୍ଥ୍ୟ ବିଭାଗ ସହିତ ପଶୁ ସମ୍ପଦ, କୃଷି ଓ ବନ୍ୟପ୍ରାଣୀ ବିଭାଗ ମିଳିତ ଭାବେ କାର୍ଯ୍ୟ କରିବେ। ଜୁନୋଟିକ ଡିଜିଜ୍ ପାଇଁ ସ୍ବତନ୍ତ୍ର ରାଜ୍ୟସ୍ତରୀୟ ଏବଂ ଜିଲାସ୍ତରୀୟ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହେବ। ଏଥିପାଇଁ ଏକ କୋଅର୍ଡିନେଶନ କମିଟି ଗଠନ ହେବ। କେଉଁ ଜିଲାରେ କେଉଁ ଜୁନୋଟିକ ରୋଗ ଅଧିକ ହେଉଛି ତାହାର ମ୍ୟାପିଂ କରାଯିବ। ଏତଦ୍ ବ୍ୟତୀତ ରାଜ୍ୟରେ ଜୁନୋଟିକ ରୋଗ ପରୀକ୍ଷା ଲାଗି ସେଣ୍ଟିନାଲ ଲାବରେଟୋରି ଓ ମେଡିକାଲ କଲେଜ ଲାବରେଟୋରିଗୁଡ଼ିକୁ ଅଧିକ ସଶକ୍ତ କରାଯିବ। ଓଡ଼ିଶା ସମେତ ୪ ରାଜ୍ୟରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେଉଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।
ସୂଚନାଯୋଗ୍ୟ, ଗତ କିଛିଦିନ ହେବ ରାଜ୍ୟରେ ଦ୍ରୁତଗତିରେ ସ୍କ୍ରବ୍ ଟାଇଫସ୍ ରୋଗ ମାଡ଼ିଚାଲିଛି। ପ୍ରଥମେ କେବଳ ସୁନ୍ଦରଗଡ଼, ବଲାଙ୍ଗୀରରେ ଏହା ଦେଖିବାକୁ ମିଳୁଥିଲା। କିନ୍ତୁ ଏବେ ସମଗ୍ର ଓଡ଼ିଶାକୁ ବ୍ୟାପି ଗଲାଣି। ଏଥିରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ବହୁ ଲୋକ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

