ଓଡ଼ିଶାରେ ଆରମ୍ଭ ହେବ ‘ୱାନ୍‌ ହେଲ୍‌ଥ’ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୭ା୧୦(ଅସମାପିକା ସାହୁ): ଓଡ଼ିଶାରେ ୱାନ୍‌ ହେଲ୍‌ଥ କାର୍ଯ୍ୟକ୍ରମ ଆରମ୍ଭ ହେବ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ) ଦ୍ୱାରା ପ୍ରସ୍ତାବିତ ଏହି କାର୍ଯ୍ୟକ୍ରମକୁ ପାଇଲଟ ପ୍ରକଳ୍ପ ଆଧାରରେ ଓଡ଼ିଶାରେ କାର୍ଯ୍ୟକାରୀ କରାଯିବ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି କାର୍ଯ୍ୟକ୍ରମ ଅଧୀନରେ ଜୁନୋଟିକ ଡିଜିଜ୍‌ ଅର୍ଥାତ୍‌ ଆନ୍ଥ୍ରାକ୍ସ, ରାବିଜ୍‌, ସ୍କ୍ରବ୍‌ ଟାଇଫସ, ନିପା ଭାଇରସ ଭଳି ପଶୁଠାରୁ ମଣିଷ ଶରୀରକୁ ଆସୁଥିବା ରୋଗର ମିଳିତ ମୁକାବିଲା କରାଯିବ। ସ୍ବାସ୍ଥ୍ୟ ବିଭାଗ ସହିତ ପଶୁ ସମ୍ପଦ, କୃଷି ଓ ବନ୍ୟପ୍ରାଣୀ ବିଭାଗ ମିଳିତ ଭାବେ କାର୍ଯ୍ୟ କରିବେ। ଜୁନୋଟିକ ଡିଜିଜ୍‌ ପାଇଁ ସ୍ବତନ୍ତ୍ର ରାଜ୍ୟସ୍ତରୀୟ ଏବଂ ଜିଲାସ୍ତରୀୟ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ ହେବ। ଏଥିପାଇଁ ଏକ କୋଅର୍ଡିନେଶନ କମିଟି ଗଠନ ହେବ। କେଉଁ ଜିଲାରେ କେଉଁ ଜୁନୋଟିକ ରୋଗ ଅଧିକ ହେଉଛି ତାହାର ମ୍ୟାପିଂ କରାଯିବ। ଏତଦ୍‌ ବ୍ୟତୀତ ରାଜ୍ୟରେ ଜୁନୋଟିକ ରୋଗ ପରୀକ୍ଷା ଲାଗି ସେଣ୍ଟିନାଲ ଲାବରେଟୋରି ଓ ମେଡିକାଲ କଲେଜ ଲାବରେଟୋରିଗୁଡ଼ିକୁ ଅଧିକ ସଶକ୍ତ କରାଯିବ। ଓଡ଼ିଶା ସମେତ ୪ ରାଜ୍ୟରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେଉଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।
ସୂଚନାଯୋଗ୍ୟ, ଗତ କିଛିଦିନ ହେବ ରାଜ୍ୟରେ ଦ୍ରୁତଗତିରେ ସ୍କ୍ରବ୍‌ ଟାଇଫସ୍‌ ରୋଗ ମାଡ଼ିଚାଲିଛି। ପ୍ରଥମେ କେବଳ ସୁନ୍ଦରଗଡ଼, ବଲାଙ୍ଗୀରରେ ଏହା ଦେଖିବାକୁ ମିଳୁଥିଲା। କିନ୍ତୁ ଏବେ ସମଗ୍ର ଓଡ଼ିଶାକୁ ବ୍ୟାପି ଗଲାଣି। ଏଥିରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ବହୁ ଲୋକ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି...

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ...

ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର

ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ...

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ହାର୍ଡ ମଦର ଜାଗା ନେଲା ବିଅର, ଓଡ଼ିଶାରେ ଏଥର ବିକ୍ରିରେ ଭାଙ୍ଗିଲା ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୭।୪: ତାପମାତ୍ରା ବଢିବା ସହ ଦେଶରେ ବିଅର ବିକ୍ରି ମଧ୍ୟ ବଢୁଛି। ଏହି କ୍ରମରେ ଏଥର ଓଡିଶା ବିଅର ବିକ୍ରିରେ ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଅବକାରୀ...

ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା

ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା...

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri