ଟିକା ନେବା ପରେ ୭ ଜଣରେ ଜଣେ ହସ୍ପିଟାଲ କର୍ମଚାରୀ ହେଉଛନ୍ତି କରୋନାରେ ଆକ୍ରାନ୍ତ…

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସାଧାରଣ ଲୋକଙ୍କ ସହିତ ହସ୍ପିଟାଲ କର୍ମଚାରୀମାନେ ମଧ୍ୟ କରୋନାରେ ଆକ୍ରାନ୍ତ ହେବାରେ ଲାଗିଛନ୍ତି। ତେବେ ଟିକା ନେବା ପରେ ପ୍ରତି ୭ ଜଣରେ ଜଣେ ହସ୍ପିଟାଲ କର୍ମଚାରୀ କରୋନାରେ ଆକ୍ରାନ୍ତ ହେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। ଏସମ୍ପର୍କରେ ଡାଇବେଟିସ୍‌ ଆଣ୍ଡ୍‌ ମେଟାବୋଲିକ୍‌ ସିଣ୍ଡ୍ରମ୍‌: କ୍ଲିନିକାଲ ରିସର୍ଚ୍ଚ ଆଣ୍ଡ ରିଭ୍ୟୁ ପତ୍ରିକାରେ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଏହି ସର୍ଭେ କରାଯାଇଥିଲା। ହସ୍ପିଟାଲର ୧୨୩ କର୍ମଚାରୀଙ୍କ ମଧ୍ୟରୁ ୧୧୩ ଜଣଙ୍କୁ କରୋନା ଟିକାଦାନ କରାଯାଇଥିଲା। ସେଥିମଧ୍ୟରୁ ୨୮ ଜଣଙ୍କୁ କୋଭାକ୍ସିନ୍‌ ଏବଂ ୮୫ ଜଣଙ୍କୁ କୋଭିଶିଲ୍ଡ୍‌ ଟିକା ଦିଆଯାଇଥିଲା। ଟିକାର ପ୍ରଥମ ଡୋଜ୍‌ ନେଇଥିବା ୧୧୩ ଜଣଙ୍କ ମଧ୍ୟରୁ ୧୦୭ ଜଣଙ୍କୁ ଦ୍ୱିତୀୟ ଡୋଜ୍‌ ପ୍ରଦାନ କରାଯାଇଥିଲା। ଟିକା ନେଇ ଥିବା ୧୧୩ ଜଣଙ୍କ ମଧ୍ୟରୁ ୧୫ଜଣଙ୍କଠାରେ ପରବର୍ତ୍ତୀ ସମୟରେ କରୋନା ସଂକ୍ରମଣ ଦେଖାଦେଇଥିଲା। ଅର୍ଥାତ୍‌ ଟିକା ନେଇଥିବା ୧୩.୩ ପ୍ରତିଶତ କର୍ମଚାରୀ କରୋନା ମହମାରୀ ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଥିବା ରିପୋର୍ଟରେ କୁହାଯାଇଛି। ୧୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ୧୪ ଜଣଙ୍କଠାରେ କରୋନାର ସାଧାରଣ ଲକ୍ଷଣ ପ୍ରକାଶ ପାଇଥିତ୍ବା ହେଲଥ୍‌ କେୟାର ଅଧ୍ୟକ୍ଷ ଡାକ୍ତର ଅନୁପ ମିଶ୍ରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ତମ ତାଲିକାରେ ୪ ରାଜ୍ୟ ପାଇଁ ୭ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ଭାଜପା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଦ୍ୱାଦଶ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୪ଟି ରାଜ୍ୟରେ ୭ଟି ଆସନ...

ଆପଣଙ୍କ ପରାମର୍ଶ ଆମର ଆବଶ୍ୟକ ନାହିଁ, ବାବା ରାମଦେବ, ବାଲକ୍ରିଷ୍ଣାଙ୍କୁ କାହିଁକି ଏମିତି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ପତଞ୍ଜଳିର ଭ୍ରମାତ୍ମକ ବିଜ୍ଞାପନ ପ୍ରସଙ୍ଗରେ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଛି। ଶୁଣାଣି ସମୟରେ ଜଷ୍ଟିସ ହିମା କୋହଲି ଏବଂ ଜଷ୍ଟିସ ଅମାନୁଲ୍ଲାଙ୍କ ବେଞ୍ଚ ବାବା...

ନିର୍ବାଚନ ପ୍ରଚାର ପାଇଁ ବଢିଲା ୪୦% ଘରୋଇ ବିମାନ ଚାହିଦା

ନୂଆଦିଲ୍ଲୀ,୧୬ା୪: ଲୋକ ସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନେତା ଓ ରାଜନୈତିକ ଦଳଗୁଡ଼ିକର ପ୍ରତିନିଧିମାନେ ଦେଶବ୍ୟାପୀ ବିଭିନ୍ନ ସ୍ଥାନକୁ ପ୍ରଚାରରେ ଯାଉଛନ୍ତି। ଏଭଳି...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

ମୋଦିଙ୍କ ବିରୋଧରେ ଲଢିବେ ମୁସଲମାନ ପ୍ରାର୍ଥୀ

ଲକ୍ଷ୍ନୌ,୧୬।୪: ଲୋକ ସଭା ନିର୍ବାଚନ ପାଇଁ ଆଉ ୧୧ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବହୁଜନ ସମାଜ ପାର୍ଟି। ମାୟାବତୀ ମୈନପୁରୀ ଲୋକ ସଭା ଟିକେଟ...

ଜମ୍ମୁ-କଶ୍ମୀରରେ ବଡ଼ ଦୁର୍ଘଟଣା: ନଦୀରେ ବୁଡିଲା ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଡଙ୍ଗା

ଶ୍ରୀନଗର,୧୬।୪: ଜମ୍ମୁ-କଶ୍ମୀରରେ ବଡ଼ ଦୁର୍ଘଟଣା ଘଟିଛି। ଯାତ୍ରୀ ଏବଂ ସ୍କୁଲ ପିଲାଙ୍କୁ ନେଇଯାଉଥିବା ଏକ ଡଙ୍ଗା ଶ୍ରୀନଗରର ବଟୱାରର ଝେଲମରେ ଭାରସାମ୍ୟ ହରାଇ ଓଲଟି ପଡିଛି।...

ଶତ୍ରୁତା ଯୋଗୁ ସ୍ବାହା ହେଲା ୧ କୋଟି ଟଙ୍କାର ମହଙ୍ଗା ଗାଡ଼ି: ଦେଖନ୍ତୁ ଭିଡିଓ

ହାଇଦ୍ରାବାଦ,୧୬।୪: ଲମ୍ବୋର୍ଗିନି ବିଶ୍ୱର ଦ୍ରୁତତମ ଏବଂ ମହଙ୍ଗା କାର ଭାବରେ ଜଣାଶୁଣା । ଅବଶ୍ୟ, ନିକଟରେ ଲମ୍ବୋର୍ଗିନି ଏହାର ଗତି ବ୍ୟତୀତ ଅନ୍ୟ କୌଣସି କାରଣରୁ...

୧୧ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଏସପି

ଲକ୍ଷ୍ନୌ,୧୬।୪: ଲୋକ ସଭା ନିର୍ବାଚନ ପାଇଁ ଉତ୍ତରପ୍ରଦେଶରେ ୧୧ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବହୁଜନ ସମାଜ ପାର୍ଟି। ଦଳ ମେନପୁରୀରେ ନିଜର ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri