Posted inଜାତୀୟ

ଏକ ଭାରତ ଶ୍ରେଷ୍ଠ ଭାରତ : ମହାରାଷ୍ଟ୍ର-ଗୁଜରାଟ ପ୍ରତିଷ୍ଠା ଦିବସ ପାଳନ କଲେ ସମସ୍ତ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳ…

ନୂଆଦିଲ୍ଲୀ,୧।୫ : ଏକ ଭାରତ ଶ୍ରେଷ୍ଠ ଭାରତ ଅଭିଯାନ ଅନ୍ତର୍ଗତ ମେ‘୧ରେ ମହାରାଷ୍ଟ୍ର ଏବଂ ଗୁଜରାଟ ପ୍ରତିଷ୍ଠା ଦିବସ ଦେଶର ସମସ୍ତ ରାଜ୍ୟ ଏବଂ ପାଳନ କରିଛନ୍ତି। କେନ୍ଦ୍ରର ଭାରତୀୟ ଜନତା ପାର୍ଟି ସରକାର ଏନ୍ନେଇ ଏକ ବଡ଼ ଐତିହାସିକ ନିଷ୍ପତ୍ତି ନେଇଥିବାବେଳେ ଏହା କାର୍ଯ୍ୟକାରୀ କରାଯାଇଛି। ଏହା ଅନ୍ତର୍ଗତ ସମସ୍ତ ରାଜ୍ୟ ବର୍ତ୍ତମାନ କେବଳ ନିଜର ପ୍ରତିଷ୍ଠା ନୁହେଁ ଅନ୍ୟ ରାଜ୍ୟର ପ୍ରତିଷ୍ଠା ଦିବସ ମଧ୍ୟ ପାଳନ କରିବେ। ଏକ ଭାରତ ଶ୍ରେଷ୍ଠ ଭାରତର ଭାବନାକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନଠାରୁ ଦେଶର ସମସ୍ତ ରାଜ୍ୟର ରାଜଭବନରେ ସମସ୍ତ ରାଜ୍ୟର ପ୍ରତିଷ୍ଠା ଦିବସ ପାଳନ କରାଯିବ।

କୋଡିଏଟି ରାଜ୍ୟ ଏବଂ ସମସ୍ତ ଆଠଟି ୟୁନିଅନ ଅଞ୍ଚଳ ନିଜ ନିଜ ରାଜଭବନ (ରାଜ୍ୟପାଳଙ୍କ ବାସଭବନ) ଏବଂ ରାଜନିବାସ (ଉପରାଜ୍ୟପାଳଙ୍କ ବାସଭବନ)ରେ ଗୁଜରାଟ ଏବଂ ମହାରାଷ୍ଟ୍ରର ପ୍ରତିଷ୍ଠା ଦିବସ ପାଳନକୁ ନିଶ୍ଚିତ କରିଛନ୍ତି। ଏଥିମଧ୍ୟରେ ୩୦ ରାଜ ଭବନ ରହିଛି।

ସୂଚନାଯୋଗ୍ୟ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୩୧ ଅକ୍ଟୋବର ୨୦୧୫ ରେ ସର୍ଦ୍ଦାର ବଲ୍ଳଭଭାଇ ପଟେଲଙ୍କ ୧୪୦ ତମ ଜନ୍ମ ବାର୍ଷିକୀରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ପଦକ୍ଷେପ ଘୋଷଣା କରାଯାଇଥିଲା। ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି ବିଭିନ୍ନ ରାଜ୍ୟର ସଂସ୍କୃତି, ପରମ୍ପରା ଏବଂ ଅଭ୍ୟାସ ବିଷୟରେ ଜ୍ଞାନ ବଢ଼ାଇ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟରେ ବୁଝାମଣା ଏବଂ ସଂଯୋଗକୁ ବୃଦ୍ଧି କରିବା ଏବଂ ଭାରତର ଏକତା ଏବଂ ଅଖଣ୍ଡତାକୁ ସୁଦୃଢ଼ କରିବା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri