ଟ୍ରକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଟିଟିଲାଗଡ଼, ୩୦।୧ (ଡି.ଏନ.ଏ.) -ବଲାଙ୍ଗୀର ଜିଲା ଟିଟିଲାଗଡ ସହରର ମଦଭାଟି ପଡାରେ ଶୁକ୍ରବାର ପୂର୍ବାହ୍ନରେ ଏକ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମୃତକ ମଦଭାଟି ପଡାର କୁମୁଦ ପାଢୀ (୫୪) ବୋଲି ଜଣାପଡିଛି। ଏନେଇ ସ୍ଥାନୀୟ ଲୋକେ ଉପଯୁକ୍ତ କ୍ଷତିପୂରଣ ଦାବିରେ ରାସ୍ତାରେ ଟାୟାର ଜାଳି ଅବରୋଧ କରିଛନ୍ତି। ମଦଭାଟି ପଡାର କୁମୁଦ କୌଣସି ଏକ କାମରେ ବାହାରି ଥିବା ବେଳେ ଟିଟିଲାଗଡ କଣ୍ଟାବାଞ୍ଜି ବାଇପାସ ରାସ୍ତାର ସହର ମଧ୍ୟସ୍ଥ ମଦଭାଟି ପାଖରେ ଏଆରଏସଏସ କମ୍ପାନୀର ଏକ ଟ୍ରକ ପଛ ପଟରୁ ଆସି ଧକ୍କା ଦେଇଥିଲା। ଏନେଇ ପରିବାର ଲୋକେ ତାଙ୍କୁ ଟିିଟିଲାଗଡ ଉପଖଣ୍ଡ ଡାକ୍ତରଖାାନରେ ଭର୍ତ୍ତି କରିଥିଲେ। ସେଠାରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବଲାଙ୍ଗିର ଭୀମଭୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିତ୍ଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ଖବର ପାଇ ସହରରେ ଉତ୍ତେଜନା ଦେଖାଦେଇଥିଲା। ଉପଜିଲାପାଳ ସହର ମଧ୍ୟରେ ସକାଳ ୮ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଭାରିଯାନ ପ୍ରବେଶ ଉପରେ କଟକଣା ଲଗାଇଥିବା ବେଳେ ଟ୍ରକ କିଭଳି ପ୍ରବେଶ କଲା ବୋଲି ଲୋକଙ୍କ ମଧ୍ୟରେ ଆକ୍ରୋଶ ପ୍ରକାଶ ପାଇଥିଲା। ଏନେଇ ମଦଭାଟି ପଡା ନିକଟରେ ଲୋକେ ଟାୟାର ଜାଳି ଅବରୋଧ କରିଥିଲେ। ଘଟଣାସ୍ଥଳରେ ଭାଜପା ନଗର ସଭାପତି ପ୍ରଶାନ୍ତ ଷଡଙ୍ଗୀ, ନାରୀ ଶକ୍ତି ଏବଂ ନାରୀ ସଙ୍ଗଠରୁ ଅଞ୍ଜଳି ବେହେରା ପ୍ରମୁଖ ବହୁ ସ୍ଥାନୀୟ ଲୋକେ ପହଞ୍ଚି ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦାବି କରିଛନ୍ତି। ପରିବାରରେ ଦୁଇ ଶିଶୁ କ୍ଯଯା ସନ୍ତାନ ତଥା ପତ୍ନୀ ରହିଥିବା ବେଳେ ମୃତ କୁମୁଦ ଏକମାତ୍ର ରୋଜଗାରକ୍ଷମ ରହିଥିଲେ। ଆନ୍ଦୋଳନକାରୀ ପ୍ରଶାସନର କଟକଣାକୁ ବେଖାତିର କରି ସହର ମଧ୍ୟକୁ ଗାଡି ପ୍ରବେଶ କରାଇଥିବା ଏଆରଏସଏସ କମ୍ପାନୀର ମାଲିକଙ୍କ ବିରୁଦ୍ଧରେ ଦୃଢ କାଯର୍‌ୟାନୁଷ୍ଠାନ, ଭାରିଯାନ ପ୍ରବେଶ ଉପରେ ସମ୍ପୁର୍ଣ୍ଣ କଟକଣା, ସହରର ରାସ୍ତା ପ୍ରଶସ୍ତିକରଣ ଦାବି କରିଛନ୍ତି। ଘଟଣାସ୍ଥଳରେ ଭାରପ୍ରାପ୍ତ ମାଜିଷ୍ଟ୍ରେଟ କର୍ଣ୍ଣ ମଲ୍ଲିକ, ଏସଡିପିଓ ସୁରେନ୍ଦ୍ରନାଥ ଶତପଥି, ଆଇଆଇସି ପ୍ରଭାତ ରଞ୍ଜନ ମହାନ୍ତି ପହଞ୍ଚି ଆଲୋଚନା ଜାରି ରଖିଛନ୍ତି। ରିପୋର୍ଟ ଲେଖା ହେବା ବେଳକୁ ମୃତ ଦେହ ବଲାଙ୍ଗିରରୁ ପହଞ୍ଚି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri