ଟିଟିଲାଗଡ଼, ୩୦।୧ (ଡି.ଏନ.ଏ.) -ବଲାଙ୍ଗୀର ଜିଲା ଟିଟିଲାଗଡ ସହରର ମଦଭାଟି ପଡାରେ ଶୁକ୍ରବାର ପୂର୍ବାହ୍ନରେ ଏକ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମୃତକ ମଦଭାଟି ପଡାର କୁମୁଦ ପାଢୀ (୫୪) ବୋଲି ଜଣାପଡିଛି। ଏନେଇ ସ୍ଥାନୀୟ ଲୋକେ ଉପଯୁକ୍ତ କ୍ଷତିପୂରଣ ଦାବିରେ ରାସ୍ତାରେ ଟାୟାର ଜାଳି ଅବରୋଧ କରିଛନ୍ତି। ମଦଭାଟି ପଡାର କୁମୁଦ କୌଣସି ଏକ କାମରେ ବାହାରି ଥିବା ବେଳେ ଟିଟିଲାଗଡ କଣ୍ଟାବାଞ୍ଜି ବାଇପାସ ରାସ୍ତାର ସହର ମଧ୍ୟସ୍ଥ ମଦଭାଟି ପାଖରେ ଏଆରଏସଏସ କମ୍ପାନୀର ଏକ ଟ୍ରକ ପଛ ପଟରୁ ଆସି ଧକ୍କା ଦେଇଥିଲା। ଏନେଇ ପରିବାର ଲୋକେ ତାଙ୍କୁ ଟିିଟିଲାଗଡ ଉପଖଣ୍ଡ ଡାକ୍ତରଖାାନରେ ଭର୍ତ୍ତି କରିଥିଲେ। ସେଠାରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବଲାଙ୍ଗିର ଭୀମଭୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିତ୍ଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ଖବର ପାଇ ସହରରେ ଉତ୍ତେଜନା ଦେଖାଦେଇଥିଲା। ଉପଜିଲାପାଳ ସହର ମଧ୍ୟରେ ସକାଳ ୮ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଭାରିଯାନ ପ୍ରବେଶ ଉପରେ କଟକଣା ଲଗାଇଥିବା ବେଳେ ଟ୍ରକ କିଭଳି ପ୍ରବେଶ କଲା ବୋଲି ଲୋକଙ୍କ ମଧ୍ୟରେ ଆକ୍ରୋଶ ପ୍ରକାଶ ପାଇଥିଲା। ଏନେଇ ମଦଭାଟି ପଡା ନିକଟରେ ଲୋକେ ଟାୟାର ଜାଳି ଅବରୋଧ କରିଥିଲେ। ଘଟଣାସ୍ଥଳରେ ଭାଜପା ନଗର ସଭାପତି ପ୍ରଶାନ୍ତ ଷଡଙ୍ଗୀ, ନାରୀ ଶକ୍ତି ଏବଂ ନାରୀ ସଙ୍ଗଠରୁ ଅଞ୍ଜଳି ବେହେରା ପ୍ରମୁଖ ବହୁ ସ୍ଥାନୀୟ ଲୋକେ ପହଞ୍ଚି ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦାବି କରିଛନ୍ତି। ପରିବାରରେ ଦୁଇ ଶିଶୁ କ୍ଯଯା ସନ୍ତାନ ତଥା ପତ୍ନୀ ରହିଥିବା ବେଳେ ମୃତ କୁମୁଦ ଏକମାତ୍ର ରୋଜଗାରକ୍ଷମ ରହିଥିଲେ। ଆନ୍ଦୋଳନକାରୀ ପ୍ରଶାସନର କଟକଣାକୁ ବେଖାତିର କରି ସହର ମଧ୍ୟକୁ ଗାଡି ପ୍ରବେଶ କରାଇଥିବା ଏଆରଏସଏସ କମ୍ପାନୀର ମାଲିକଙ୍କ ବିରୁଦ୍ଧରେ ଦୃଢ କାଯର୍ୟାନୁଷ୍ଠାନ, ଭାରିଯାନ ପ୍ରବେଶ ଉପରେ ସମ୍ପୁର୍ଣ୍ଣ କଟକଣା, ସହରର ରାସ୍ତା ପ୍ରଶସ୍ତିକରଣ ଦାବି କରିଛନ୍ତି। ଘଟଣାସ୍ଥଳରେ ଭାରପ୍ରାପ୍ତ ମାଜିଷ୍ଟ୍ରେଟ କର୍ଣ୍ଣ ମଲ୍ଲିକ, ଏସଡିପିଓ ସୁରେନ୍ଦ୍ରନାଥ ଶତପଥି, ଆଇଆଇସି ପ୍ରଭାତ ରଞ୍ଜନ ମହାନ୍ତି ପହଞ୍ଚି ଆଲୋଚନା ଜାରି ରଖିଛନ୍ତି। ରିପୋର୍ଟ ଲେଖା ହେବା ବେଳକୁ ମୃତ ଦେହ ବଲାଙ୍ଗିରରୁ ପହଞ୍ଚି ନାହିଁ।
ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…
ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…
ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର
ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…
ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….
କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…
ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….
କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…
କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ
ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…
ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି
ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…
ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ
ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…
ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…
ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…
Archives

