ଟ୍ରକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଟିଟିଲାଗଡ଼, ୩୦।୧ (ଡି.ଏନ.ଏ.) -ବଲାଙ୍ଗୀର ଜିଲା ଟିଟିଲାଗଡ ସହରର ମଦଭାଟି ପଡାରେ ଶୁକ୍ରବାର ପୂର୍ବାହ୍ନରେ ଏକ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମୃତକ ମଦଭାଟି ପଡାର କୁମୁଦ ପାଢୀ (୫୪) ବୋଲି ଜଣାପଡିଛି। ଏନେଇ ସ୍ଥାନୀୟ ଲୋକେ ଉପଯୁକ୍ତ କ୍ଷତିପୂରଣ ଦାବିରେ ରାସ୍ତାରେ ଟାୟାର ଜାଳି ଅବରୋଧ କରିଛନ୍ତି। ମଦଭାଟି ପଡାର କୁମୁଦ କୌଣସି ଏକ କାମରେ ବାହାରି ଥିବା ବେଳେ ଟିଟିଲାଗଡ କଣ୍ଟାବାଞ୍ଜି ବାଇପାସ ରାସ୍ତାର ସହର ମଧ୍ୟସ୍ଥ ମଦଭାଟି ପାଖରେ ଏଆରଏସଏସ କମ୍ପାନୀର ଏକ ଟ୍ରକ ପଛ ପଟରୁ ଆସି ଧକ୍କା ଦେଇଥିଲା। ଏନେଇ ପରିବାର ଲୋକେ ତାଙ୍କୁ ଟିିଟିଲାଗଡ ଉପଖଣ୍ଡ ଡାକ୍ତରଖାାନରେ ଭର୍ତ୍ତି କରିଥିଲେ। ସେଠାରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବଲାଙ୍ଗିର ଭୀମଭୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିତ୍ଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ଖବର ପାଇ ସହରରେ ଉତ୍ତେଜନା ଦେଖାଦେଇଥିଲା। ଉପଜିଲାପାଳ ସହର ମଧ୍ୟରେ ସକାଳ ୮ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଭାରିଯାନ ପ୍ରବେଶ ଉପରେ କଟକଣା ଲଗାଇଥିବା ବେଳେ ଟ୍ରକ କିଭଳି ପ୍ରବେଶ କଲା ବୋଲି ଲୋକଙ୍କ ମଧ୍ୟରେ ଆକ୍ରୋଶ ପ୍ରକାଶ ପାଇଥିଲା। ଏନେଇ ମଦଭାଟି ପଡା ନିକଟରେ ଲୋକେ ଟାୟାର ଜାଳି ଅବରୋଧ କରିଥିଲେ। ଘଟଣାସ୍ଥଳରେ ଭାଜପା ନଗର ସଭାପତି ପ୍ରଶାନ୍ତ ଷଡଙ୍ଗୀ, ନାରୀ ଶକ୍ତି ଏବଂ ନାରୀ ସଙ୍ଗଠରୁ ଅଞ୍ଜଳି ବେହେରା ପ୍ରମୁଖ ବହୁ ସ୍ଥାନୀୟ ଲୋକେ ପହଞ୍ଚି ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଦାବି କରିଛନ୍ତି। ପରିବାରରେ ଦୁଇ ଶିଶୁ କ୍ଯଯା ସନ୍ତାନ ତଥା ପତ୍ନୀ ରହିଥିବା ବେଳେ ମୃତ କୁମୁଦ ଏକମାତ୍ର ରୋଜଗାରକ୍ଷମ ରହିଥିଲେ। ଆନ୍ଦୋଳନକାରୀ ପ୍ରଶାସନର କଟକଣାକୁ ବେଖାତିର କରି ସହର ମଧ୍ୟକୁ ଗାଡି ପ୍ରବେଶ କରାଇଥିବା ଏଆରଏସଏସ କମ୍ପାନୀର ମାଲିକଙ୍କ ବିରୁଦ୍ଧରେ ଦୃଢ କାଯର୍‌ୟାନୁଷ୍ଠାନ, ଭାରିଯାନ ପ୍ରବେଶ ଉପରେ ସମ୍ପୁର୍ଣ୍ଣ କଟକଣା, ସହରର ରାସ୍ତା ପ୍ରଶସ୍ତିକରଣ ଦାବି କରିଛନ୍ତି। ଘଟଣାସ୍ଥଳରେ ଭାରପ୍ରାପ୍ତ ମାଜିଷ୍ଟ୍ରେଟ କର୍ଣ୍ଣ ମଲ୍ଲିକ, ଏସଡିପିଓ ସୁରେନ୍ଦ୍ରନାଥ ଶତପଥି, ଆଇଆଇସି ପ୍ରଭାତ ରଞ୍ଜନ ମହାନ୍ତି ପହଞ୍ଚି ଆଲୋଚନା ଜାରି ରଖିଛନ୍ତି। ରିପୋର୍ଟ ଲେଖା ହେବା ବେଳକୁ ମୃତ ଦେହ ବଲାଙ୍ଗିରରୁ ପହଞ୍ଚି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୩୦ରେ ହେବ ଓଏସ୍‌ଏସ୍‌ଟିଇଟି

କଟକ,୨୬ା୯(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଏଲିଜିବିଲିଟି ଟେଷ୍ଟ-୨୦୨୬ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ୩୦ରେ…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?