Posted inଜାତୀୟ

ମଣିପୁରରେ ସାନି ହିଂସା: ଗୁଳିମାଡରେ ଜଣେ ମୃତ

ମଣିପୁରରେ ସାନି ହିଂସା: ଗୁଳିମାଡରେ ଜଣେ ମୃତ
ଇମ୍ଫାଲ,୨୯।୮: ମଣିପୁରରେ ଜାତିଆଣ ହିଂସା ଥମିବା ବଦଳରେ ଆହୁରି ହୁତୁହୁତୁ ହୋଇ ଜଳିବାରେ ଲାଗିଛି। ମଙ୍ଗଳବାର ବିଷ୍ଣୁପୁର ଜିଲାର ନାରାୟଣସେନା ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ପୋଲିସର ସୂଚନାନୁସାରେ, ଉଭୟ ପକ୍ଷ ମଧ୍ୟରେ ଲଗାତାର ଗୁଳି ବିନିମୟରେ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ,ରିଲିଫ କ୍ୟାମ୍ପରେ ରହୁଥିବା ଜଣେ ଗ୍ରାମ ପ୍ରତିରକ୍ଷା ସ୍ବେଚ୍ଛାସେବୀଙ୍କ ବିସ୍ଫୋରଣରେ ପ୍ରାଣ ହରାଇଥିବା ବେଳେ ଅନ୍ୟ ଜଣେ ବ୍ୟକ୍ତିଙ୍କ କାନ୍ଧରେ ଗୁଳି ବାଜିଥିଲା। ଆହତମାନଙ୍କୁ ଇମ୍ଫାଲର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଯେଉଁଠାରେ ତାଙ୍କର ଚିକିତ୍ସା ଚାଲିଛି ଏବଂ ସ୍ବାସ୍ଥାବସ୍ଥା ସ୍ଥିର ଥିବା କୁହାଯାଉଛି।

ପୋଲିସ ଦ୍ୱାରା କରାଯାଇଥିବା ସର୍ଚ୍ଚ ଅପରେସନରେ ବିଭିନ୍ନ ସଂଗଠନର ଚାରିଜଣଙ୍କୁ ମଙ୍ଗଳବାର ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରାଯାଇଛି। ସର୍ଚ୍ଚ ଅପରେସନ ବେଳେ ପୋଲିସ ଇମ୍ଫାଲ ଏବଂ ବିଷ୍ଣୁପୁର ଜିଲ୍ଲାରୁ ଏନଏସସିଏନ ଓ ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ)ରୁ ଜଣେ କାଙ୍ଗଲେପକ କମ୍ୟୁନିଷ୍ଟ ପାର୍ଟି (କେସିପି) ଜଣେ (ଲାମାୟମ୍ବା ଖୁମାନ ଦଳ)ର ଦୁଇଜଣ ଅଣ୍ଡରଗ୍ରାଉଣ୍ଡ ଅଭିଯୁକ୍ତଙ୍କୁ ଗିରଫ କରିଛି।
ସର୍ଚ୍ଚ ଅପରେସନ ବେଳେ ପୋଲିସ ୬ଟି ଅସ୍ତ୍ରଶସ୍ତ୍ର, ପାଞ୍ଚଟି କାର୍ଟ୍ରିଜ ଏବଂ ଦୁଇଟି ବିସ୍ଫୋରକ ସାମଗ୍ରୀ ଜବତ କରିଛି। ଉପତ୍ୟକାର ପାଞ୍ଚଟି ଜିଲାର ସୀମା ତଥା ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ବାହିନୀ ଦ୍ୱାରା ସର୍ଚ୍ଚ ଅପରେସନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri