କୋଭିଡ ଚିକିତ୍ସାରେ ଏବେ ସାମିଲ ହେବ ଆୟୁର୍ବେଦିକ ଚିକିତ୍ସା: ମାଗଣାରେ ରୋଗୀଙ୍କୁ ବଣ୍ଟାଯିବ ୧ଲକ୍ଷ କରୋନିଲ୍‌ କିଟ୍‌

ଚଣ୍ଡିଗଡ଼,୨୫।୫: ଗୋଟିଏ ପଟେ ଯୋଗ ଗୁରୁ ବାବା ରାମଦେବ କ୍ରମାଗତ ଭାବେ ନିଜ ବୟାନକୁ ନେଇ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ହରିଆଣାରେ କରୋନା ରୋଗୀଙ୍କୁ ନେଇ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। କରୋନା ରୋଗୀଙ୍କ ଶୀଘ୍ର ଆଶୁ ଆରୋଗ୍ୟ ପାଇଁ ହରିଆଣା ସରକାର ଆୟୁର୍ବେଦିକ ଚିକିତ୍ସାକୁ ଅର୍ନ୍ତଭୁକ୍ତ କରିଛନ୍ତି। ଏହିକ୍ରମରେ ବାବା ରାମଦେବଙ୍କ ପତଞ୍ଜଳୀର ଏକ ଲକ୍ଷ କରୋନିଲ୍‌ କିଟ୍‌କୁ ସରକାର କରୋନା ଆକ୍ରାନ୍ତଙ୍କୁ ମାଗଣାରେ ବଣ୍ଟନ କରିବେ ବୋଲି ଜଣାପଡ଼ିଛି। ଏନେଇ ରାଜ୍ୟ ଗୃହ ଓ ସ୍ବାସ୍ଥ୍ୟମନ୍ତ୍ରୀ ଅନିଲ ବିଜ୍‌ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ସେ କହିଛନ୍ତି, ଏହି କାର୍ଯ୍ୟ ପାଇଁ କରୋନିଲ୍‌ର ଅଧା ଖର୍ଚ୍ଚ ପତଞ୍ଜଳୀ ଉଠାଇବ ଏବଂ ଅଧା ହରିୟାଣା ସରକାର କୋଭିଡ ରିଲିଫ୍‌ ପାଣ୍ଠିରୁ ବହନ କରିବ। ଅନ୍ୟପଟେ ବାବା ରାମଦେବ ଏନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପତଞ୍ଜଳୀ ସରକାରଙ୍କୁ ସହଯୋଗ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ତେବେ ଅନ୍ୟ ରାଜ୍ୟ ସରକାରଙ୍କୁ ମଧ୍ୟ ସମାନ ପଦକ୍ଷେପ ଗ୍ରହଣ କରିବାକୁ ବାବା ରାମଦେବ ଅନୁରୋଧ କରିଛନ୍ତି। ତେବେ ହରିଆଣା ସରକାରଙ୍କ ଏଭଳି ପଦକ୍ଷେପକୁ ନେଇ ଏବେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri