Posted inଫୁରସତ

ପିଲା ଜନ୍ମକଲେ ୨୫ରୁ କମ୍‌ ବୟସ୍କାଙ୍କୁ ଲକ୍ଷେ ରୁବଲ

ମସ୍କୋ: ରୁଷିଆର କରେଲିଆ ଅଞ୍ଚଳର ସ୍ଥାନୀୟ ସରକାରଙ୍କ ଦ୍ୱାରା ୨୫ ବର୍ଷରୁ କମ୍‌ ବୟସର ଛାତ୍ରୀମାନଙ୍କୁ ପିଲା ଜନ୍ମ କଲେ ୧ ଲକ୍ଷ ରୁବଲ (ପ୍ରାୟ ୮୧ ହଜାର ଟଙ୍କା)ର ପ୍ରୋତ୍ସାହନ ରାଶି ଦିଆଯିବ। ‘ଦି ମସ୍କୋ ଟାଇମ୍ସ’ରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ, କରେଲିଆର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ୨୫ ବର୍ଷ ବୟସ୍କା ଛାତ୍ରୀମାନଙ୍କ ପାଇଁ ଏହି ଯୋଜନା ଲାଗୁ ହେବ। ଦେଶରେ ଲଗାତର ହ୍ରାସ ପାଉଥିବା ଜନ୍ମହାରରେ ଉନ୍ନତି ଆଣିବା ପାଇଁ ଗତ ଜାନୁଆରୀ ୧ରୁ କରେଲିଆ ସରକାର ଏହି ଯୋଜନା ଆରମ୍ଭ କରିଛନ୍ତି। ତେବେ ମୃତ ପିଲାଙ୍କୁ ଜନ୍ମ ଦେଇଥିବା ମା’ଙ୍କ ପାଇଁ ଏହି ଯୋଜନା ଅନୁଯାୟୀ ପ୍ରୋତ୍ସାହନ ରାଶି ଦିଆଯିବ ନାହିଁ।
ତେବେ ଏପରି ନୀତିକୁ କାର୍ଯ୍ୟକାରୀ କରିବାରେ କାରୋଲିନା ରୁଷିଆର ପ୍ରଥମ ଅଞ୍ଚଳ ନୁହେଁ। ରୁଷିଆର ଅତି କମ୍‌ରେ ୧୧ରୁ ଅଧିକ ଆଞ୍ଚଳିକ ସରକାର ଛାତ୍ରୀମାନଙ୍କୁ ପିଲା ଜନ୍ମ କରିବା ପାଇଁ ପ୍ରୋତ୍ସାହନ ରାଶି ଦେଉଛନ୍ତି। ତେବେ ବିଶେଷଜ୍ଞମାନେ ଏପରି ପଦକ୍ଷେପକୁ ଅନୁପଯୁକ୍ତ ଏବଂ ଦୂରଦୃଷ୍ଟିସମ୍ପନ୍ନ ନୁହେଁ ବୋଲି କହିଛନ୍ତି। ମା’ ମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏବଂ ସେମାନେ ଆର୍ଥିକ ଭାବେ ସ୍ବଚ୍ଛଳ ନ ଥିବା କାରଣରୁ ଏହି ଯୋଜନା ଫଳପ୍ରଦ ହେବ ନାହିଁ ବୋଲି ବିଶେଷଜ୍ଞମାନେ କହିଛନ୍ତି।
୨୦୨୪ର ପ୍ରଥମ ୬ ମାସ ମଧ୍ୟରେ ରୁଷିଆରେ କେବଳ ୫,୯୯,୬୦୦ ଶିଶୁ ଜନ୍ମ ହୋଇଥିଲେ। ଗତ ୨୫ ବର୍ଷର ରୁଷିଆ ଇତିହାସରେ ଏହି ସଂଖ୍ୟା ସବୁଠୁ କମ୍‌ ଥିଲା। ୧୯୯୦ ଦଶକର ଆରମ୍ଭରେ ରୁଷିଆର ଜନସଂଖ୍ୟା ୧୪.୮ କୋଟି ଥିବା ବେଳେ ଏବେ ଏହା କମି ୧୪.୬ କୋଟିରେ ପହଞ୍ଚିଛି। ଜାତିସଂଘର ଅନୁମାନ ଅନୁଯାୟୀ, ୨୧୦୦ ମସିହା ବେଳକୁ ରୁଷିଆର ଜନସଂଖ୍ୟା ଆହୁରି ହ୍ରାସ ପାଇ ୭.୪ କୋଟିରୁ ୧୧.୨ କୋଟି ମଧ୍ୟରେ ରହିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri