Posted inରାଜ୍ୟ

କୃଷି କ୍ୟାବିନେଟ ନିଷ୍ପତ୍ତି : ଚଳିତବର୍ଷ ୧ଲକ୍ଷ ଚାଷୀଙ୍କୁ ମିଳିବ ଫାର୍ମପଣ୍ଡ

ଭୁବନେଶ୍ୱର,୨ା୯(ବ୍ୟୁରୋ)-ଲୋକସେବା ଭବନଠାରେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ରାଜ୍ୟ କୃଷି କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଚାଷୀମାନଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା।
କୃଷିମନ୍ତ୍ରୀଙ୍କ ଅନୁପସ୍ଥିତିରେ ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସଚିବ ସୌରଭ ଗର୍ଗ କହିଛନ୍ତି ଯେ, ବୈଠକରେ ଚାଷୀମାନଙ୍କ ସୁବିଧା ଅସୁବିଧା ବିଷୟ କ୍ୟାବିନେଟକୁ ଅବଗତ କରାଯାଇଛି। ଚଳିତ ବର୍ଷ ରାଜ୍ୟରେ ୬୧.୬୧ ଲକ୍ଷ ହେକ୍ଟର ଜମିରେ ଶସ୍ୟ ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି। ଏପର୍ଯ୍ୟନ୍ତ ୫୫.୫୨ ଲକ୍ଷ ହେକ୍ଟରରେ ଚାଷ ହୋଇଛି। ୨୦୧୮ରେ ଏହି ସମୟରେ ୫୦ ଲକ୍ଷ ହେକ୍ଟରରେ ଚାଷ କାର୍ଯ୍ୟ ହୋଇଥିବା ବେଳେ ୨୦୧୯ରେ ୪୭ ଲକ୍ଷ ହେକ୍ଟରରେ କୃଷି ହୋଇଥିଲା। ସେହିପରି କାଳିଆ ଯୋଜନାରେ ୫୫ ଲକ୍ଷ ୨୯ ହଜାର ୮୬୦ ଚାଷୀଙ୍କୁ ଚିହ୍ନଟ କରାଯାଇଛି। ଜମି ନ ଥିବା ଓ ଭାଗଚାଷୀଙ୍କ ପାଇଁ ରାଜ୍ୟ ସରକାର ବଳରାମ ଯୋଜନା କରିଛନ୍ତି। ଏହି ଯୋଜନାରେ ଭାଗଚାଷୀମାନଙ୍କୁ ନେଇ ଗୋଷ୍ଠୀ କରାଯାଇଛି। ପ୍ରତ୍ୟେକ ଗୋଷ୍ଠୀକୁ ୧.୬ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦେବାର ବ୍ୟବସ୍ଥା ହୋଇଛି। କୃଷି ସାଥୀମାନେ ଏହି ଋଣ ପ୍ରଦାନରେ ସହାୟତା କରିବେ। ଏହାଛଡ଼ା ଜଳସେଚନ ପାଇଁ ଚାଷୀମାନଙ୍କୁ ସହାୟତା କରିବା ଲାଗି ରାଜ୍ୟ ସରକାର ଫାର୍ମପଣ୍ଡ ଯୋଜନା କରିଛନ୍ତି। ୨୦୨୦-୨୦୨୪ ମଧ୍ୟରେ ଏହି ଯୋଜନାରେ ରାଜ୍ୟରେ ୫ ଲକ୍ଷ କ୍ଷେତ ପୋଖରୀ ଖୋଳିବାକୁ ଲକ୍ଷ୍ୟ ରଖାଯାଇଛି। ଚାଷୀମାନେ ନିଜ ଜମିରେ ପୋଖରୀ ଖୋଳିପାରିବେ। ଚଳିତବର୍ଷ ଏ ପର୍ଯ୍ୟନ୍ତ ଏହି ଯୋଜନାରେ ୯,୯୦୦ ପୋଖରୀ ଖୋଳାଯାଇଛି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ୧୦୭ କୋଟି ଟଙ୍କା ବ୍ୟୟରେ ୩୬ ଲକ୍ଷ ଶ୍ରମଦିବସ ସୃଷ୍ଟି କରାଯାଇଛି। ଚଳିତ ବର୍ଷ ୧ ଲକ୍ଷ ଚାଷୀଙ୍କୁ ଫାର୍ମପଣ୍ଡ ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି । ଯେଉଁଥିରେ ୧୦୩୮ କୋଟିି ଟଙ୍କା ବ୍ୟୟରେ ୪.୫୧ କୋଟି ଶ୍ରମଦିବସ ସୃଷ୍ଟି କରାଯିବ ବୋଲି ସଚିବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri