Posted inରାଜ୍ୟ

କୃଷି କ୍ୟାବିନେଟ ନିଷ୍ପତ୍ତି : ଚଳିତବର୍ଷ ୧ଲକ୍ଷ ଚାଷୀଙ୍କୁ ମିଳିବ ଫାର୍ମପଣ୍ଡ

ଭୁବନେଶ୍ୱର,୨ା୯(ବ୍ୟୁରୋ)-ଲୋକସେବା ଭବନଠାରେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ରାଜ୍ୟ କୃଷି କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଚାଷୀମାନଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା।
କୃଷିମନ୍ତ୍ରୀଙ୍କ ଅନୁପସ୍ଥିତିରେ ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସଚିବ ସୌରଭ ଗର୍ଗ କହିଛନ୍ତି ଯେ, ବୈଠକରେ ଚାଷୀମାନଙ୍କ ସୁବିଧା ଅସୁବିଧା ବିଷୟ କ୍ୟାବିନେଟକୁ ଅବଗତ କରାଯାଇଛି। ଚଳିତ ବର୍ଷ ରାଜ୍ୟରେ ୬୧.୬୧ ଲକ୍ଷ ହେକ୍ଟର ଜମିରେ ଶସ୍ୟ ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି। ଏପର୍ଯ୍ୟନ୍ତ ୫୫.୫୨ ଲକ୍ଷ ହେକ୍ଟରରେ ଚାଷ ହୋଇଛି। ୨୦୧୮ରେ ଏହି ସମୟରେ ୫୦ ଲକ୍ଷ ହେକ୍ଟରରେ ଚାଷ କାର୍ଯ୍ୟ ହୋଇଥିବା ବେଳେ ୨୦୧୯ରେ ୪୭ ଲକ୍ଷ ହେକ୍ଟରରେ କୃଷି ହୋଇଥିଲା। ସେହିପରି କାଳିଆ ଯୋଜନାରେ ୫୫ ଲକ୍ଷ ୨୯ ହଜାର ୮୬୦ ଚାଷୀଙ୍କୁ ଚିହ୍ନଟ କରାଯାଇଛି। ଜମି ନ ଥିବା ଓ ଭାଗଚାଷୀଙ୍କ ପାଇଁ ରାଜ୍ୟ ସରକାର ବଳରାମ ଯୋଜନା କରିଛନ୍ତି। ଏହି ଯୋଜନାରେ ଭାଗଚାଷୀମାନଙ୍କୁ ନେଇ ଗୋଷ୍ଠୀ କରାଯାଇଛି। ପ୍ରତ୍ୟେକ ଗୋଷ୍ଠୀକୁ ୧.୬ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇ ଦେବାର ବ୍ୟବସ୍ଥା ହୋଇଛି। କୃଷି ସାଥୀମାନେ ଏହି ଋଣ ପ୍ରଦାନରେ ସହାୟତା କରିବେ। ଏହାଛଡ଼ା ଜଳସେଚନ ପାଇଁ ଚାଷୀମାନଙ୍କୁ ସହାୟତା କରିବା ଲାଗି ରାଜ୍ୟ ସରକାର ଫାର୍ମପଣ୍ଡ ଯୋଜନା କରିଛନ୍ତି। ୨୦୨୦-୨୦୨୪ ମଧ୍ୟରେ ଏହି ଯୋଜନାରେ ରାଜ୍ୟରେ ୫ ଲକ୍ଷ କ୍ଷେତ ପୋଖରୀ ଖୋଳିବାକୁ ଲକ୍ଷ୍ୟ ରଖାଯାଇଛି। ଚାଷୀମାନେ ନିଜ ଜମିରେ ପୋଖରୀ ଖୋଳିପାରିବେ। ଚଳିତବର୍ଷ ଏ ପର୍ଯ୍ୟନ୍ତ ଏହି ଯୋଜନାରେ ୯,୯୦୦ ପୋଖରୀ ଖୋଳାଯାଇଛି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ୧୦୭ କୋଟି ଟଙ୍କା ବ୍ୟୟରେ ୩୬ ଲକ୍ଷ ଶ୍ରମଦିବସ ସୃଷ୍ଟି କରାଯାଇଛି। ଚଳିତ ବର୍ଷ ୧ ଲକ୍ଷ ଚାଷୀଙ୍କୁ ଫାର୍ମପଣ୍ଡ ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି । ଯେଉଁଥିରେ ୧୦୩୮ କୋଟିି ଟଙ୍କା ବ୍ୟୟରେ ୪.୫୧ କୋଟି ଶ୍ରମଦିବସ ସୃଷ୍ଟି କରାଯିବ ବୋଲି ସଚିବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri