ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ

ଭୁବନେଶ୍ୱର,୩ା୯(ବ୍ୟୁରୋ):ରାଜ୍ୟରେ ସମସ୍ତ ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ ହେବ। ପୂର୍ବରୁ ପ୍ରଚଳିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ-୧୯୮୯କୁ ସଂଶୋଧନ କରାଯିବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି।
ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସ ଜରିଆରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୭ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ବୈଠକ ଶେଷରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ସୂଚନା ଦେଇ କହିଛନ୍ତି ଯେ, ବିଶ୍ୱବିଦ୍ୟାଳୟର ସିନେଟ୍‌କୁ ସମ୍ପୂର୍ଣ୍ଣ ଉଚ୍ଛେଦ କରାଯିବ। ସିଣ୍ଡିକେଟ୍‌ କର୍ତ୍ତୃପକ୍ଷର ପୁନର୍ଗଠନ କରାଯିବ। ଏହାଦ୍ୱାରା ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର ଶିକ୍ଷାଗତ ଓ ପ୍ରଶାସନିକ କାର୍ଯ୍ୟକାରିତା ସୁଚାରୁରୂପେ ସମ୍ପାଦନ ହୋଇପାରିବ। କୁଳପତି ଚୟନ କମିଟିର ପୁନର୍ଗଠନ କରାଯିବ। ଉକ୍ତ କମିଟିରେ ସିଣ୍ଡିକେଟର ଏକ ଚୟନ ସଭ୍ୟ ପରିବର୍ତ୍ତେ ରାଜ୍ୟ ସରକାରଙ୍କର ଏକ ପ୍ରତିନିଧଙ୍କୁ ସାମିଲ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏହାଦ୍ୱାରା ବିଶ୍ୱବିଦ୍ୟାଳୟ କୁଳପତି ଚୟନରେ ରାଜ୍ୟ ସରକାରଙ୍କର ଭୂମିକା ରହିବ। ଏଥିସହିତ କୁଳପତିଙ୍କ କାର୍ଯ୍ୟକାଳ ଅବଧିକୁ ୪ ବର୍ଷ କିମ୍ବା ସର୍ବୋଚ୍ଚ ବୟସ ସୀମା ୬୫ରୁ ୬୭ ବର୍ଷକୁ ବୃଦ୍ଧି କରାଯାଇଛି। ବିଶ୍ୱବିଦ୍ୟାଳୟର ପଞ୍ଜୀକୃତ ଶିକ୍ଷକ ଓ ସ୍ନାତକ ବ୍ୟବସ୍ଥାକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ଏଣିକି ବିଶ୍ୱବିଦ୍ୟାଳୟର ଶିକ୍ଷକ ଓ ଅଣଶିକ୍ଷକମାନଙ୍କର ନିଯୁକ୍ତି ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି)ଏବଂ ସିଲେକ୍ସନ ବୋର୍ଡ ଜରିଆରେ କରାଯିବ। ଏଥିସହିତ ବିଶ୍ୱବିଦ୍ୟାଳୟଗୁଡ଼ିକର ଅଡିଟ୍‌ ରିପୋର୍ଟ ବିଧାନସଭାରେ ଉପସ୍ଥାପନ କରାଯିବ ନାହିଁ। ଉକ୍ତ ରିପୋର୍ଟକୁ ଜନସାଧାରଣଙ୍କ ଅବଗତି ନିମନ୍ତେ ବିଶ୍ୱବିଦ୍ୟାଳୟଗୁଡିକର ଓ୍ବେବ୍‌ସାଇଟରେ ୩ ବର୍ଷ ପାଇଁ ଉପଲବ୍ଧ ରହିବ। ଏଥିସହିତ ରେଭେନ୍ସା ବିଶ୍ୱବିଦ୍ୟାଳୟ ଆଇନ-୨୦୦୫କୁ ମଧ୍ୟ ଉଚ୍ଛେଦ କରାଯାଇଛି। କରୋନା ମହାମାରୀ ଯୋଗୁ ଆଇନଜୀବୀମାନେ ଆର୍ଥିକ ସଙ୍କଟ ଦେଇ ଗତି କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ସେମାନଙ୍କୁ ସହାୟତା ଦେବା ପାଇଁ ଓଡ଼ିଶା ଅଧିବକ୍ତା କଲ୍ୟାଣ ପାଣ୍ଠି ଆଇନ-୧୯୮୭କୁ ସଂଶୋଧନ କରାଯିବ। ରାଜ୍ୟ ସରକାର ଏଥିପାଇଁ ଅଧ୍ୟାଦେଶ ଆଣିବେ। ଆଇନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଅଧିବକ୍ତା କଲ୍ୟାଣ ପାଣ୍ଠିରୁ ବାର୍‌ କାଉନସିଲ ପକ୍ଷରୁ ଆଇନଜୀବୀମାନଙ୍କୁ ମୃତ୍ୟୁ ଓ ଅବସର ପରେ ସହାୟତା ଯୋଗାଇ ଦିଆଯାଇଥାଏ। ଏହାକୁ ସଂଶୋଧନ କରିବା ପରେ କରୋନା ସମୟରେ ଆଇନଜୀବୀଙ୍କୁ ସହାୟତା କରାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri