ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ

ଭୁବନେଶ୍ୱର,୩ା୯(ବ୍ୟୁରୋ):ରାଜ୍ୟରେ ସମସ୍ତ ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ ହେବ। ପୂର୍ବରୁ ପ୍ରଚଳିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ-୧୯୮୯କୁ ସଂଶୋଧନ କରାଯିବ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି।
ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସ ଜରିଆରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୭ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ବୈଠକ ଶେଷରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ସୂଚନା ଦେଇ କହିଛନ୍ତି ଯେ, ବିଶ୍ୱବିଦ୍ୟାଳୟର ସିନେଟ୍‌କୁ ସମ୍ପୂର୍ଣ୍ଣ ଉଚ୍ଛେଦ କରାଯିବ। ସିଣ୍ଡିକେଟ୍‌ କର୍ତ୍ତୃପକ୍ଷର ପୁନର୍ଗଠନ କରାଯିବ। ଏହାଦ୍ୱାରା ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର ଶିକ୍ଷାଗତ ଓ ପ୍ରଶାସନିକ କାର୍ଯ୍ୟକାରିତା ସୁଚାରୁରୂପେ ସମ୍ପାଦନ ହୋଇପାରିବ। କୁଳପତି ଚୟନ କମିଟିର ପୁନର୍ଗଠନ କରାଯିବ। ଉକ୍ତ କମିଟିରେ ସିଣ୍ଡିକେଟର ଏକ ଚୟନ ସଭ୍ୟ ପରିବର୍ତ୍ତେ ରାଜ୍ୟ ସରକାରଙ୍କର ଏକ ପ୍ରତିନିଧଙ୍କୁ ସାମିଲ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏହାଦ୍ୱାରା ବିଶ୍ୱବିଦ୍ୟାଳୟ କୁଳପତି ଚୟନରେ ରାଜ୍ୟ ସରକାରଙ୍କର ଭୂମିକା ରହିବ। ଏଥିସହିତ କୁଳପତିଙ୍କ କାର୍ଯ୍ୟକାଳ ଅବଧିକୁ ୪ ବର୍ଷ କିମ୍ବା ସର୍ବୋଚ୍ଚ ବୟସ ସୀମା ୬୫ରୁ ୬୭ ବର୍ଷକୁ ବୃଦ୍ଧି କରାଯାଇଛି। ବିଶ୍ୱବିଦ୍ୟାଳୟର ପଞ୍ଜୀକୃତ ଶିକ୍ଷକ ଓ ସ୍ନାତକ ବ୍ୟବସ୍ଥାକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ଏଣିକି ବିଶ୍ୱବିଦ୍ୟାଳୟର ଶିକ୍ଷକ ଓ ଅଣଶିକ୍ଷକମାନଙ୍କର ନିଯୁକ୍ତି ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି)ଏବଂ ସିଲେକ୍ସନ ବୋର୍ଡ ଜରିଆରେ କରାଯିବ। ଏଥିସହିତ ବିଶ୍ୱବିଦ୍ୟାଳୟଗୁଡ଼ିକର ଅଡିଟ୍‌ ରିପୋର୍ଟ ବିଧାନସଭାରେ ଉପସ୍ଥାପନ କରାଯିବ ନାହିଁ। ଉକ୍ତ ରିପୋର୍ଟକୁ ଜନସାଧାରଣଙ୍କ ଅବଗତି ନିମନ୍ତେ ବିଶ୍ୱବିଦ୍ୟାଳୟଗୁଡିକର ଓ୍ବେବ୍‌ସାଇଟରେ ୩ ବର୍ଷ ପାଇଁ ଉପଲବ୍ଧ ରହିବ। ଏଥିସହିତ ରେଭେନ୍ସା ବିଶ୍ୱବିଦ୍ୟାଳୟ ଆଇନ-୨୦୦୫କୁ ମଧ୍ୟ ଉଚ୍ଛେଦ କରାଯାଇଛି। କରୋନା ମହାମାରୀ ଯୋଗୁ ଆଇନଜୀବୀମାନେ ଆର୍ଥିକ ସଙ୍କଟ ଦେଇ ଗତି କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ସେମାନଙ୍କୁ ସହାୟତା ଦେବା ପାଇଁ ଓଡ଼ିଶା ଅଧିବକ୍ତା କଲ୍ୟାଣ ପାଣ୍ଠି ଆଇନ-୧୯୮୭କୁ ସଂଶୋଧନ କରାଯିବ। ରାଜ୍ୟ ସରକାର ଏଥିପାଇଁ ଅଧ୍ୟାଦେଶ ଆଣିବେ। ଆଇନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଅଧିବକ୍ତା କଲ୍ୟାଣ ପାଣ୍ଠିରୁ ବାର୍‌ କାଉନସିଲ ପକ୍ଷରୁ ଆଇନଜୀବୀମାନଙ୍କୁ ମୃତ୍ୟୁ ଓ ଅବସର ପରେ ସହାୟତା ଯୋଗାଇ ଦିଆଯାଇଥାଏ। ଏହାକୁ ସଂଶୋଧନ କରିବା ପରେ କରୋନା ସମୟରେ ଆଇନଜୀବୀଙ୍କୁ ସହାୟତା କରାଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri