କୋଡ଼ି ମାଡ଼ରେ ଜଣଙ୍କ ଜୀବନ ଗଲା, ଅଭିଯୁକ୍ତ ଗିରଫ

ହିଞ୍ଜିଳିକାଟୁ,୧୩ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗଣ୍ଡଳା ଗ୍ରାମରେ ଶନିବାର କୋଡ଼ି ମାଡ଼ରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଜୟ ପାଣିଗ୍ରାହୀ (୩୩)। ହତ୍ୟା ଅଭିଯୋଗରେ ପୋଲିସ ଉକ୍ତ ଗ୍ରାମର ରାମକୃଷ୍ଣ ସାହୁ(୫୪)ଙ୍କୁ ଗିରଫ କରିଛି।
ପ୍ରକାଶ ଯେ, ଉଭୟ ବିଜୟ ଓ ରାମକୃଷ୍ଣ ଉକ୍ତ ଗାଁର ଏକ ଘରେ ଶୁକ୍ରବାର ରାତିରେ ଥିଲେ। ଭୋର୍‌ରେ ସେମାନଙ୍କ ମଧ୍ୟରେ କୌଣସି କଥାକୁ କେନ୍ଦ୍ର କରି ବଚସା ହୋଇଥିଲା। ଦୁହେଁ ହାତାହାତି ହୋଇଥିଲେ। ରାମକୃଷ୍ଣ ଘର ଭିତରେ ଥିବା ଏକ କୋଡ଼ିରେ ବିଜୟଙ୍କ ମୁଣ୍ଡକୁ ମାଡ଼ ମାରିଥିଲେ। ରକ୍ତ ଜୁଡୁବୁଡୁ ବିଜୟ ଜୀବନ ବଞ୍ଚାଇବା ଲକ୍ଷ୍ୟରେ ଘରୁ ବାହାରକୁ ଦୌଡ଼ି ଗାଁ ଦାଣ୍ଡରେ ପଡ଼ି ଯାଇଥିଲେ। ସେଠାରେ ହିଁ ବିଜୟଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ଆସିକା ଏସ୍‌ଡିପିଓ ଉମାଶଙ୍କର ସିଂ, ହିଞ୍ଜିଳି ଆଇଆଇସି ଶ୍ରୀନିବାସ ସେଠୀଙ୍କ ସହ ପୋଲିସ ଟିମ୍‌ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛନ୍ତି। ଅଭିଯୁକ୍ତ ରାମକୃଷ୍ଣଙ୍କୁ ଧରି ଥାନାରେ ରଖି ପଚରାଉଚରା କରାଯାଉଛି। ଧାର ଟଙ୍କାକୁ କେନ୍ଦ୍ର କରି ଉଭୟଙ୍କ ମଧ୍ୟରେ ବଚସା ଓ ହାତାହାତି ହୋଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ହତ୍ୟାକାଣ୍ଡରେ ବ୍ୟବହୃତ କୋଡ଼ିକୁ ପୋଲିସ ଘଟଣାସ୍ଥଳରୁ ଜବତ କରିଥିବା ବେଳେ ଘଟଣାସ୍ଥଳରେ ଫରେନ୍‌ସିକ୍‌ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ଅନୁସନ୍ଧାନ ଓ ପ୍ରମାଣ ସଂଗ୍ରହ କରିଛନ୍ତି। ମୃତ ବିଜୟଙ୍କ ବାପା ସାହେବ ପାଣିଗ୍ରାହୀଙ୍କ ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ୍‌ ନଂ- ୩୯/୨୪ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri