Posted inଜାତୀୟ

ଜଣେ ପତ୍ନୀଙ୍କ ସହ ଦିନରେ ଜଣେ ପତ୍ନୀଙ୍କ ସହ ରାତିରେ ରହୁଥିଲେ ସ୍ବାମୀ: ମାମଲା ରୁଜୁ

ଗାନ୍ଧିନଗର,୧୬।୪: ଗୁଜରାଟର ଜଣେ ବ୍ୟକ୍ତି ଦୁଇଟି ବିବାହ କରିଥିଲେ ସୁଦ୍ଧା ଏକଥା କାହାକୁ ଜଣା ନ ଥିଲା। କାରଣ ସେ ଦିନରେ ଜଣେ ସ୍ତ୍ରୀଙ୍କ ପାଖେ ରହୁଥିବା ବେଳେ ରାତିରେ ଅନ୍ୟ ଜଣଙ୍କ ପାଖେ ରହୁଥିଲେ। ଦ୍ୱିତୀୟ ସ୍ତ୍ରୀଙ୍କୁ ଏହା ଜଣା ନ ଥିଲା। କାରଣ ଦୀର୍ଘ ୯ ବର୍ଷ ତଳେ ସେ ପ୍ରେମ ବିବାହ କରି ଘରୁ ଚାଲି ଆସିଥିଲେ। ଆଉ ଏହାପରେ ସେ ପୁଣି ଥରେ ବିବାହ କରିଥିଲେ। ନିକଟରେ ଦ୍ୱିତୀୟ ପତ୍ନୀ ଏକଥା ଜାଣିପାରି ମହିଳା ହେଲ୍ପ ଲାଇନରେ ଏ ସମ୍ପର୍କରେ ଅଭିଯୋଗ କରିଥିବା ଜଣାପଡିଛି। ଏସମ୍ପର୍କରେ ଆଗରୁ କିପରି ମହିଳା ଜଣକ ଜାଣି ପାରି ନ ଥିଲେ ବୋଲି ପ୍ରଶ୍ନ କରାଯିବାରୁ ସେ କହିଥିଲେ କି ତାଙ୍କ ସ୍ବାମୀ ନାଇଟ୍‌ ସିଫ୍ଟର ବାହାନା କରି ରାତିରେ ଅନ୍ୟଜଣଙ୍କ ପାଖରେ ରହୁଥିଲେ ତେଣୁ ସେ ଏସମ୍ପର୍କରେ କିଛି ଜାଣିପାରି ନ ଥିଲେ। ସୂଚନାଯୋଗ୍ୟ, ଉକ୍ତ ବ୍ୟକ୍ତିଙ୍କର ପ୍ରଥମ ପତ୍ନୀଙ୍କ ନିକଟରେ ଗୋଟିଏ ଅଢେଇ ବର୍ଷର ପୁଅ ଥିବା ବେଳେ ଦ୍ୱିତୀୟ ପତ୍ନୀଙ୍କ ନିକଟରେ ୫ ବର୍ଷର ପୁଅଟିଏ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri